ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର): ସୁସ୍ଥ ହେଲେ ୫୩ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଗଞ୍ଜାମରୁ ୩୦ଜଣ, ଯାଜପୁରରୁ ୧୮, ଖୋର୍ଦ୍ଧାରୁ ୩ଜଣ ଏବଂ କେନ୍ଦୁଝରରୁ ୨ଜଣ ଅଛନ୍ତି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୫୫୦ରେ ପହଞ୍ଚିଛି | ରାଜ୍ୟରେ ଏବେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫ ଥିବା ବେଳେ ୭୭୮ଟି ଆକ୍ଟିଭ୍ କେସ୍ ଅଛି। ଏହା ସହ ୭ଜଣ କରୋନା ଦ୍ୱାରା ଆକ୍ରାନ୍ତ ହୋଇ ମୃତ୍ୟୁବରଣ କରିଛନ୍ତି।