କାମାକ୍ଷାନଗର (ବିଦ୍ୟାଧର ବରାଳ): ସାଇକେଲ ଚୋରିକୁ କେନ୍ଦ୍ର କରି ହେଲା ହଣାକଟା। ଏଥିରେ ୨ ଜଣ ଗୁରୁତର ହୋଇ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ଘଟଣାଟି ଘଟିଛି ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ବାଇସିଙ୍ଗା ଗାଁରେ।
ଗତକାଲି ବିଳମ୍ବିତ ରାତିରେ ଚରଣ ନାଏକଙ୍କର ସାଇକେଲ ଚୋରି ହୋଇଯାଇଥିଲା । ସେହି ଗାଁର ବାଦଲ ସାଇକେଲ୍ ଚୋରି କରିଥିବା ନେଇ ସେ ସନ୍ଦେହ କରିଥିଲେ। ଏହା ପରେ ସିଧା ଯାଇ ବାଦଲଙ୍କୁ ଏ ବିଷୟରେ ପଚାରିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ହଣାକଟା ପରିସ୍ଥିତି ସୃଷ୍ଟ ହୋଇଥିଲା। କାମାକ୍ଷାନଗର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଗୋଟିଏ ଟାଙ୍ଗିଆକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି।
ଗୁରୁତର ଅବସ୍ଥାରେ ଉଭୟ ଚରଣ ଓ ବାଦଲଙ୍କୁ ପ୍ରଥମେ କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ପରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଉଭୟଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।