ବିଧାନସଭାରେ ଅର୍ଥମନ୍ତ୍ରୀଙ୍କ ବଜେଟ ଉପସ୍ଥାପନ, କେଉଁ କ୍ଷେତ୍ରକୁ କେତେ ଦେଲେ ଜାଣନ୍ତୁ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଧାନସଭାରେ ଆଜି ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କା ବ୍ୟୟବରାଦ କରିଛନ୍ତି ଓ କ’ଣ କହିଛନ୍ତି, ଚୁମ୍ବକରେ ଜାଣି ନିଅନ୍ତୁ। କୋଭିଡ଼ ମହାମାରୀ ମାନବଜାତିକୁ ବଡ଼ ସଂକଟରେ ପକାଇଥିଲା ସରକାରଙ୍କ ସକାରାତ୍ମକ ଚିନ୍ତାଧାରା ମହାମାରୀକୁ ମୁକାବିଲା କରିପାରିଥିଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓଡ଼ିଶାକୁ ପ୍ରଶଂସା କରିଛନ୍ତି ଇ-ବଜେଟ ଉପସ୍ଥାପନରେ ଓଡ଼ିଶା ସମ୍ଭବତଃ ଦେଶରେ ପ୍ରଥମ ଓଡ଼ିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର […]

state budget

Jitendra Garnayak
  • Published: Monday, 22 February 2021
  • , Updated: 22 February 2021, 07:34 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଧାନସଭାରେ ଆଜି ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ। ସେ କେଉଁ କ୍ଷେତ୍ର ପାଇଁ କେତେ ଟଙ୍କା ବ୍ୟୟବରାଦ କରିଛନ୍ତି ଓ କ’ଣ କହିଛନ୍ତି, ଚୁମ୍ବକରେ ଜାଣି ନିଅନ୍ତୁ।

  • କୋଭିଡ଼ ମହାମାରୀ ମାନବଜାତିକୁ ବଡ଼ ସଂକଟରେ ପକାଇଥିଲା
  • ସରକାରଙ୍କ ସକାରାତ୍ମକ ଚିନ୍ତାଧାରା ମହାମାରୀକୁ ମୁକାବିଲା କରିପାରିଥିଲା
  • ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓଡ଼ିଶାକୁ ପ୍ରଶଂସା କରିଛନ୍ତି
  • ଇ-ବଜେଟ ଉପସ୍ଥାପନରେ ଓଡ଼ିଶା ସମ୍ଭବତଃ ଦେଶରେ ପ୍ରଥମ
  • ଓଡ଼ିଶା ଅର୍ଥନୀତିର ଅଭିବୃଦ୍ଧି ହାର ଜାତୀୟ ହାର ତୁଳନାରେ ବଢ଼ିଚାଲିଛି
  • ଚଳିତ ବର୍ଷ ଜିଡିପି ୪.୯ ହ୍ରାସ ହେବ ବୋଲି ଆକଳନ କରାଯାଇଛି
  • ଚାଷୀ, ସ୍ୱୟଂ ସହାୟିକା ଗୋଷ୍ଠୀକୁ ଅଧିକ ଋଣ ଦେବା ଯୋଜନା
  • କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ
  • ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ
  • ବନ୍ୟା ନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ
  • ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦ କୋଟି ବ୍ୟୟବରାଦ
  • ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ଟଙ୍କା ବ୍ୟୟବରାଦ
  • ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ
  • କାଳିଆ ଯୋଜନା ପାଇଁ ୧୮୦୦ କୋଟି ଟଙ୍କା ବ୍ୟୟ ବରାଦ
  • ବିହନ ପାଇଁ ଶହେ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି
  • ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟ ବରାଦ
  • ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ
  • ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି ବ୍ୟୟବରାଦ
  • ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି ବ୍ୟୟବରାଦ
  • ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି ବ୍ୟୟବରାଦ କରାଯାଇଛି
  • ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲପ ଲାଇନ ସେବା, ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ।
  • କୃଷି ବଜେଟ ପାଇଁ ମୋଟ ୧୭, ୪୬୮ କୋଟି ବ୍ୟୟବରାଦ
  • ଓମ୍ବାଡସି ଓ ଡିଏମ୍ଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ।
  • ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା କରାଯାଇଛି।
  • ୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି।
  • କୋଭିଡ଼ ସତ୍ତ୍ୱେ ଚଳିତ ବର୍ଷ ରାଜସ୍ୱ ଆୟ ୧୦% ବୃଦ୍ଧି ଆକଳନ କରାଯାଇଛି।
  • ଚଳିତ ବର୍ଷ ଋଣ ଭାର GSDPର ୨୦.୯% ହେବା ଆକଳନ।
  • ଚଳିତ ବର୍ଷ ମୋଟ ବଜେଟ ପରିମାଣ ୧ ଲକ୍ଷ ୭୦ ହଜାର କୋଟି।
  • ୧.୭୦ ଲକ୍ଷରୁ ୧, ୨୫, ୬୦୦ କୋଟି ଟିକସ ଓ ଅନୁଦାନରୁ ପ୍ରାପ୍ତି ଲକ୍ଷ୍ୟ ରହିଛି।
  • ଋଣରୁ ପ୍ରାୟ ୪୪ ହଜାର ୪୦୦ କୋଟି ପ୍ରାପ୍ତି ଲକ୍ଷ୍ୟ।
  • ନେଟ୍ ଋଣ ପରିମାଣ ୧୮, ୪୬୫ କୋଟି ରହିବ।
  • SCBକୁ ଏମ୍ସ ପ୍ଲସ କରିବାକୁ ୩୫୦୦ କୋଟି ବ୍ୟୟ ଯୋଜନା।
  • SCB ପାଇଁ ଚଳିତ ବର୍ଷ ୫ଶହ କୋଟି ବ୍ୟୟବରାଦ କରାଯାଇଛି।
  • ପୁରୀ ପାଇଁ ଅବଢ଼ା ଯୋଜନାରେ ୫୪୨ କୋଟି ବ୍ୟୟବରାଦ କରାଯାଇଛି।
  • ଏକାମ୍ର କ୍ଷେତ୍ର ପାଇଁ ୨ଶହ ଓ ସମଲେଇ ପାଇଁ ୨ଶହ କୋଟି ବ୍ୟୟବରାଦ।
  • ରାଉରକେଲା ହକି ଷ୍ଟାଡିୟମ ପାଇଁ ୯୦ କୋଟି ବ୍ୟୟବରାଦ କରାଯାଇଛି।
  • ସ୍ୱାସ୍ଥ୍ୟସେବା ପାଇଁ ମୋଟ ୯୧୬୪ କୋଟି ବ୍ୟୟବରାଦ।
  • ଦୁର୍ଘଟଣାରେ ଗୁରୁତରଙ୍କୁ ଚିକିତ୍ସା ପାଇଁ ଫ୍ରି ଟ୍ରମା କେୟାର ଯୋଜନା।
  • ଫ୍ରି ଟ୍ରମା କେୟାର ଯୋଜନା ପାଇଁ ୪୦ କୋଟି ଟଙ୍କା ବ୍ୟୟବରାଦ।
  • ଶିକ୍ଷା କ୍ଷେତ୍ର ପାଇଁ ମୋଟ ୨୪, ୩୭୦ କୋଟି ବ୍ୟୟବରାଦ।
  • ଆଦର୍ଶ ସ୍କୁଲ ପାଇଁ ୨୮୦ କୋଟି ଟଙ୍କା ବ୍ୟୟବରାଦ।
  • ମଧ୍ୟାହ୍ନ ଭୋଜନ ଯୋଜନା ପାଇଁ ୯୫୭ କୋଟି ବ୍ୟୟବରାଦ।
  • ମୋ ସ୍କୁଲ ପାଇଁ ୨୫୩ କୋଟି ଓ ମୋ କଲେଜ ପାଇଁ ୭ କୋଟି ବ୍ୟୟବରାଦ।
  • ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟ ପାଇଁ ୧୦ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି।
  • ବ୍ଲକସ୍ତରରେ ମିଶନ ଶକ୍ତି ଗୃହ ନିର୍ମାଣ ପାଇଁ ଅତିରିକ୍ତ ଶହେ କୋଟି।
  • ୧ ଟଙ୍କାରେ ଚାଉଳ ଯୋଗାଣ ପାଇଁ ୯୬୯ କୋଟି ବ୍ୟୟବରାଦ।
  • ବିପର୍ଯ୍ୟୟ ସହନୀୟ ବିଦ୍ୟୁତ ଯୋଗାଣ ପାଇଁ ୫୦ କୋଟି ଟଙ୍କା।
  • ହାତୀ କରିଡ଼ର ବିଦ୍ୟୁତ ଯୋଗାଣ ପାଇଁ ୧୨୦ କୋଟି।
  • ବିଜୁ ଏକ୍ସପ୍ରେସ ୱେ  ପାଇଁ ୧୦୦ କୋଟି ବ୍ୟୟବରାଦ ଯୋଜନା।
  • ବିଜୁ ସେତୁ ଯୋଜନା ପାଇଁ ୯୧୨ କୋଟି ଟଙ୍କା ବ୍ୟୟବରାଦ।
  • ନୂଆ ବିମାନ ବନ୍ଦର ଜମି ଅଧିଗ୍ରହଣ ପାଇଁ ଶହେ କୋଟି।
  • କଟକରେ ବସ୍ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ।
  • ବରମୁଣ୍ଡା ବସ ଟର୍ମିନାଲ ପାଇଁ ୧୦୦ କୋଟି ବ୍ୟୟବରାଦ।
  • ସାଗର ମାଳା ଯୋଜନାରେ କୋଷ୍ଟାଲ ହାଇୱେ ପାଇଁ ୩୪ କୋଟି ଟଙ୍କା।
  • ଲ୍ୟାଣ୍ଡବ୍ୟାଙ୍କ ପାଇଁ ୫୦ କୋଟି ଟଙ୍କାର ବ୍ୟୟବରାଦ।
  • ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ପାଇଁ ୪୬୫ କୋଟି ଟଙ୍କା ବ୍ୟୟବରାଦ।
  • ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ୫ଶହ କୋଟି ବ୍ୟୟବରାଦ।
  • ସ୍ୱାଭିମାନ ଅଞ୍ଚଳର ବିକାଶ ପାଇଁ ୫୦ କୋଟି ବ୍ୟୟବରାଦ କରାଯାଇଛି।
  • ପିଏମ୍‌ଏୱାଇ- ଗ୍ରାମାଞ୍ଚଳ ଓ ବିଜୁ ପକ୍କା ଘର ଯୋଜନାର ସମ୍ମିଶ୍ରଣରେ ଆହୁରି ୫ ଲକ୍ଷ ପକ୍କା ଘର ନିର୍ମାଣ ଲକ୍ଷ୍ୟ ପୂରଣ କରିବା ପାଇଁ ୨୦୨୧-୨୨ରେ ୩୦୦୦ କୋଟି ଟଙ୍କାର ବ୍ୟୟବରାଦ ହୋଇଛି। 
  • ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ପାଇଁ ମୋଟ୍ ୨୪,୩୭୦ କୋଟି ଟଙ୍କା ବ୍ୟୟବରାଦ
  • ୨୦୨୧-୨୨ ବର୍ଷ ପାଇଁ ମମତା ଯୋଜନାରେ ୨୭୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି
  • ଅନୁସୂଚିତ ଜାତି ଓ ଜନଜାତି ଉପାଂଶ ଅଧୀନରେ ମୋଟ ୨୯,୦୬୩ କୋଟି ଟଙ୍କାର ବ୍ୟୟବରାଦ ହୋଇଛି।
  • ସାମାଜିକ ନିରାପତ୍ତା ପାଇଁ ସର୍ବମୋଟ ୨,୭୬୭ କୋଟି ଟଙ୍କାର ବ୍ୟୟବରାଦ
  • ଶକ୍ତି କ୍ଷେତ୍ର ପାଇଁ ୧,୭୯୯ କୋଟି ଟଙ୍କାର ବ୍ୟୟବରାଦ
  • ଶିଳ୍ପ କ୍ଷେତ୍ରରେ ଉନ୍ନୟନ ଓ ପୁଞ୍ଜି ନିବେଶକୁ ଆକର୍ଷିତ କରିବା ପାଇଁ ୪୨୫ କୋଟି ଟଙ୍କାର ବ୍ୟୟବରାଦ
  • ୨୦୨୧-୨୨ ଆର୍ଥିକ ବର୍ଷରେ ଜଙ୍ଗଲ କ୍ଷେତ୍ର ପାଇଁ ୧୮୫୪ କୋଟି ଟଙ୍କାର ବ୍ୟୟବରାଦ
  • ଆମ ଜଙ୍ଗଲ ଯୋଜନା ଅଧୀନରେ ଅଧିକରୁ ଅଧିକ ବନାଞ୍ଚଳକୁ ସଂଯୁକ୍ତ ଜଙ୍ଗଲ ପରିଚାଳନା ପରିସରକୁ ଆଣିବା ପାଇଁ ୧୫ କୋଟି ଟଙ୍କାର ପ୍ରସ୍ତାବ ରହିଛି।
  • ଏମ୍‌ଏଲ୍‌ଏଲାଡ୍ ପାଣ୍ଠିରେ ୪୪୧ କୋଟି ଟଙ୍କାର ବ୍ୟୟବରାଦ। 

 

Related story