ରେଡ୍‌ ଜୋନ୍‌ରେ ରାଜଧାନୀ, ଏଣିକି ମାସ୍କ ନ ପିନ୍ଧିଲେ ଗଣିବେ ୫ଶହ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀବାସୀଙ୍କୁ କଡ଼ା ତାଗିଦ କଲେ ମେୟର ସୁଲୋଚନା ଦାସ । ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ଗଣିବେ ୫ ଶହ ଟଙ୍କା ଜରିମାନା । ରାଜ୍ୟରେ କରୋନ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେଡ ଜୋନ୍‌ରେ ଏଣ୍ଟ୍ରି ମାରିଛି। ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନିଆଯାଇଛି ଏଭଳି କଡ଼ା ପଦକ୍ଷେପ। ରାଜ୍ୟରେ ଦୈନିକ ସଂକ୍ରମଣ ୫ ଶହ ଟପିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ […]

sulochana-das

sulochana-das

Niharika Rout
  • Published: Saturday, 09 July 2022
  • Updated: 09 July 2022, 01:18 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀବାସୀଙ୍କୁ କଡ଼ା ତାଗିଦ କଲେ ମେୟର ସୁଲୋଚନା ଦାସ । ଏଣିକି ମାସ୍କ ନ ପିନ୍ଧିଲେ କଟିବ ଚାଲାଣ। ଗଣିବେ ୫ ଶହ ଟଙ୍କା ଜରିମାନା । ରାଜ୍ୟରେ କରୋନ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱର ରେଡ ଜୋନ୍‌ରେ ଏଣ୍ଟ୍ରି ମାରିଛି। ସେଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ନିଆଯାଇଛି ଏଭଳି କଡ଼ା ପଦକ୍ଷେପ।

ରାଜ୍ୟରେ ଦୈନିକ ସଂକ୍ରମଣ ୫ ଶହ ଟପିଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୫୧୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୫୯ ଜଣ ଅଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩୭ ଜଣ ଚିହ୍ନଟ ହୋଇଥିବା ବେଳେ ପୁଣି ଥରେ ରେଡ୍‌ ଜୋନ୍‌କୁ ଫେରିଛି ଭୁବନେଶ୍ୱର। ରାଜଧାନୀରେ କୋଭିଡକୁ ନିୟନ୍ତ୍ରଣକୁ ଆଣିବାକୁ ହେଲେ କଟକଣାକୁ ସଠିକ ଭାବେ ପାଳନ କରିବାକୁ ହେବ ବୋଲି କହିଛନ୍ତି ମେୟର।

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ କରାଯାଇଥିବା ଟ୍ୱିଟ୍ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୫୧୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୩୦୦ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୧୨ ଟି ହେଉଛି ଲୋକାଲ୍ କେସ୍। କଟକରୁ ୮୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୨୯ ଓ ଷ୍ଟେଟ୍‌ପୁଲ୍‌ରୁ ୫୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏଁ, ଗଞ୍ଜାମରୁ ୨, ଜଗତସିଂହପୁର ୮, ଯାଜପୁର ୧୦, ଝାରସୁଗୁଡ଼ା ୭,କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ା ୩, କେନ୍ଦୁଝର ୩, ମାଲକାନଗିରି ୩, ମୟୂରଭଞ୍ଜ ୮, ନୟାଗଡ଼ରୁ ଜଣେ, ପୁରୀରୁ ୨୯, ରାୟଗଡ଼ା ୨, ସମ୍ବଲପୁର ୬ ଓ ସୋନପୁରରୁ ୧୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୯୨,୯୨୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୨,୮୦,୯୫୪ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୭୯୫  ଆକ୍ଟିଭ କେସ୍‌ ଅଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos