ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜିଏସଟି ମାମଲାକୁ ରଫାଦଫା କରିବା ପାଇଁ ସରକାରୀ କର୍ମଚାରୀଙ୍କୁ ୧୦ଲକ୍ଷ ଟଙ୍କା ଲାଂଚ ଦେବା ଅଭିଯୋଗରେ ସେଞ୍ଚୁରିଆନ୍ ୟୁନିର୍ଭସିଟି ନାଁରେ ଆଜି ସିବିଆଇ ଏକ ମାମଲା ରୁଜୁ କରିଛି। ଏହି ଲାଂଚ କାରବାର ପାଇଁ ଡିଲ୍ ଚାଲିଥିବାବେଳେ ସିବିଆଇ ଗତକାଲି ଭୁବନେଶ୍ୱରର ରାମମନ୍ଦିର ନିକଟରେ ଥିବା ହୋଟେଲ ମ୍ୟାରିଅନରେ ଚଢ଼ଉ କରିଥିଲା। ଆଉ ୪ଜଣଙ୍କୁ ଗିରଫ କରିଥିଲା।
ସିବିଆଇ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଆଇପିସିର ଧାରା ୧୨୦(ଖ), ୧୯୮୮ ସେକ୍ସନ ୭(କ), ୮ ଓ ୯ ଧାରାରେ ମାମଲା ମଧ୍ୟ ରୁଜୁ କରାଯାଇଛି। ସିବିଆଇ ଗତକାଲି ଗିରଫ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଭୁବନେଶ୍ୱର ସର୍କଲର ଜିଏସଟି ସୁପରିଟେଣ୍ଡେଣ୍ଟ ଆତ୍ରଭଞ୍ଜନ କର ଓ ଜିଏସଟି ଅଫିସର ପ୍ରଦୀପ କୁମାର ଆଚାର୍ଯ୍ୟ ଓ ଏନଏନ ସାହୁଙ୍କ ସମେତ ସେଂଚୁରିଆନ୍ ବିଶ୍ୱବିଦ୍ୟାଳୟର ଆକାଉଣ୍ଟ ଅଫିସର ଆଶୁତୋଷ ପାଢ଼ୀ ସାମିଲ ଥିବାବେଳେ ସେମାନଙ୍କ ନାଁରେ ମଧ୍ୟ ମାମଲା ରୁଜୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।