ପୁରୀ(ଓଡ଼ିଶା ରିପୋର୍ଟର) ଅନଲାଇନରେ ମହାପ୍ରସାଦ ବିକ୍ରି ଘଟଣାକୁ ନେଇ ଥାନାରେ ମାମଲା ହୋଇଛି। ଶ୍ରୀମନ୍ଦିର ସେବାୟତ ଶମ୍ଭୁନାଥ ଖୁଣ୍ଟିଆ ସିଂହଦ୍ୱାର ଥାନାରେ ଏହି ମାମଲା ଦାୟର କରିଛନ୍ତି। ପିଣ୍ଟରେଷ୍ଟ ନାମକ ଏକ ଅନଲାଇନ୍ ସଂସ୍ଥା ମହାପ୍ରଭୁଙ୍କ ମହାପ୍ରସାଦ ଓ ଶୁଖିଲା ଭୋଗ ବିକ୍ରି କରୁଥିବା ଅଭିଯୋଗ ହୋଇଛି।
ସେବାୟତ ଏହାକୁ ନିନ୍ଦା କରିବା ସହ ସମ୍ପୃକ୍ତ ସଂସ୍ଥା ବିରୋଧରେ ଏତଲା ଦେଇଛନ୍ତି । ପୂର୍ବରୁ ଆମାଜନ୍ ପକ୍ଷରୁ ଅନଲାଇନରେ ନିର୍ମାଲ୍ୟ ବିକ୍ରି କରାଯାଉଥିବା ନେଇ ଅଭିଯୋଗ ହୋଇଥିଲା । ସୁଆର ମହାସୁଆର ନିଯୋଗ ପକ୍ଷରୁ ଲିଖିତ ଅଭିଯୋଗ ପରେ ଶ୍ରୀମନ୍ଦିର ପ୍ରଶାସନ, ଆମାଜନ ସଂସ୍ଥା ନାଁରେ ଏତଲା ଦାୟର କରିଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।