ଜଗତସିଂହପୁର(ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ୍ ଅନ୍ତର୍ଗତ ରାଉତନୂଆଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।
ମୃତ ଛାତ୍ରୀଙ୍କ ନାଁ ମାମା ଦାସ। ସେ ପୁନଙ୍ଗସ୍ଥିତ ସିଦ୍ଧ ମହାବୀର କଲେଜରେ ଯୁକ୍ତ ଦୁଇର ଛାତ୍ରୀ ଥିଲେ।
ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ସର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ଗତକାଲି ସନ୍ଧ୍ୟାରେ ମାମା ଏକା ଥିବା ବେଳେ ଘରେ ନିଆଁ ଲାଗି ଯାଇଥିଲା। ନିଆଁରେ ପୋଡ଼ି ସେ ଜୀବନ୍ତ ଦଗ୍ଧ ହୋଇଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।