ଚାରି ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ୍‌ ଅନ୍ତର୍ଗତ କୁପାରୀ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ପରିବାରର ୪ ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି। ଗତକାଲି ବିଳମ୍ୱିତ ରାତିରେ ତରଣ ସେନ ମହାପାତ୍ରଙ୍କ ୪ ପୁଅଙ୍କ ଘରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ସଙ୍ଗେ ସଙ୍ଗେ ଖଇରା ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ହେଲେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚିବା ବେଳକୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ଅଗ୍ନିକାଣ୍ଡରେ […]

fire

Jitendra Garnayak
  • Published: Monday, 14 January 2019
  • , Updated: 14 January 2019, 01:06 PM IST

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ୍‌ ଅନ୍ତର୍ଗତ କୁପାରୀ ଗାଁରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଟିଏ ପରିବାରର ୪ ଭାଇଙ୍କ ୮ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଛି।

ଗତକାଲି ବିଳମ୍ୱିତ ରାତିରେ ତରଣ ସେନ ମହାପାତ୍ରଙ୍କ ୪ ପୁଅଙ୍କ ଘରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ସଙ୍ଗେ ସଙ୍ଗେ ଖଇରା ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦିଆଯାଇଥିଲା। ହେଲେ ଅଗ୍ନିଶମ କର୍ମଚାରୀମାନେ ପହଞ୍ଚିବା ବେଳକୁ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା।

ଏହି ଅଗ୍ନିକାଣ୍ଡରେ ସେମାନଙ୍କର ସବୁ ଧାନ, ଚାଉଳ, ଲୁଗାପଟା ଓ ଅନ୍ୟାନ୍ୟ ସାମଗ୍ରୀ ପୋଡ଼ି ଯାଇଥିବା ପରିବାର ଲୋକେ କହିଛନ୍ତି। ତେବେ ନିଆଁ କେମିତି ଲାଗିଲା, ତାହା ଜଣାପଡ଼ି ନାହିଁ।

Related story