ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ରେମୁଣା ସ୍ଥିତ ଇମାମି ପେପର ମିଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ପ୍ଲାଣ୍ଟର କଞ୍ଚାମାଲ ଗୋଦାମରେ ନିଆଁ ଲାଗି, କୋଟି କୋଟି ଟଙ୍କାର କାଗଜ ମଣ୍ଡି ପୋଡ଼ି ପାଉଁଶ ହୋଇଯାଇଛି। ନିଆଁ ଦିନ ପ୍ରାୟ ୧୧ଟା ୪୦ରେ ଲାଗିଥିଲା । ନିଆଁକୁ ଆୟତ୍ତ କରିବା ପାଇଁ ପ୍ରଥମେ କଂପାନୀର ନିଜସ୍ୱ ଅଗ୍ନିଶମ ବିଭାଗ ସହିତ ରେମୁଣା, ବାଲେଶ୍ୱର ଓ ବିର୍ଲା ଟାୟାର୍ସର ମୋଟ ୭ଟି ଦମକଳ ନିୟୋଜିତ ହୋଇଥିଲା । ତଥାପି ନିଆଁର ପ୍ରକୋପ ଏତେ ଅଧିକ ଥିଲା ଯେ, ୨୮ ଜଣିଆ ଏନଡିଆରଏଫ୍ ଟିମ୍କୁ ଜିଲ୍ଲା ପ୍ରଶାସନ ନିଆଁ ଆୟତ୍ତ କରିବାରେ ଲଗାଇଥିଲେ। ପ୍ରାୟ ସାଢ଼େ ୪ଘଣ୍ଟାର ଅପରେସନ୍ ପରେ ନିଆଁ ଲିଭିଥିଲା। ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିଲେ ମଧ୍ୟ ସର୍ଟ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ପ୍ରାଥମିକ ତଦନ୍ତରୁ ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡ ପରେ କଂପାନୀର ମେଟେରିଆଲ ରୁମ୍କୁ ଖାଲି କରାଯିବା ସହ ଏହାର ଆଖପାଖ ଗୋଦାମକୁ ବି ଖାଲି କରାଯାଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।