ଯାଜପୁର(ଅଭୟ ପତି): ଗତକାଲି ବିଳମ୍ବିତ ରାତିରେ ଯାଜପୁର ଜିଲ୍ଲା ଯାଜପୁରରୋଡ ଥାନା ବ୍ୟାସନଗର ବସ୍ଷ୍ଟାଣ୍ଡରେ ଥିବା ୨ଟି ବସ୍ ଜଳିଯାଇଛି। ଏହି ବସ୍ଦ୍ୱୟ ହେଲେ ‘ସୁଲୋଚନା’ ଏବଂ ‘ନିରୂପମା’। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ। ଅଗ୍ନିକାଣ୍ଡ ସମୟରେ ବସ୍ରେ କେହି ଯାତ୍ରୀ କିମ୍ବା କର୍ମଚାରୀ ନ ଥିବା ଜଣାଯାଇଛି।
ଗତକାଲି କଟକରୁ ଯାଜପୁରରୋଡ ଚାଲୁଥିବା ଏହି ଦୁଇଟି ବସ୍ ନିର୍ଦ୍ଧାରିତ ରାତିରେ ସମୟରେ ବ୍ୟାସନଗର ବସ୍ଷ୍ଟାଣ୍ଡରେ ପହଞ୍ଚିଥିଲେ। ଯାତ୍ରୀଙ୍କୁ ଓହ୍ଲାଇ ଦେଇ ଡ୍ରାଇଭର ଆଉ ହେଲପର୍ ଖାଇବାକୁ ଯାଇଥିଲେ । ହେଲେ ଉକ୍ତ ସମୟରେ କୌଣସି କାରଣରୁ ପାଖାପାଖି ଥିବା ଏହି ଦୁଇଟି ବସ୍ରେ ନିଆଁ ଲାଗିଯାଇଥିଲା। ଖବରପାଇ ଦମକଳବାହିନୀ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।
ଅଗ୍ନିକାଣ୍ଡର କାରଣ ଜଣାପଡି ନଥିବା ବେଳେ ଯାଜପୁରରୋଡ ପୁଲିସ୍ ଏନେଇ ତଦନ୍ତ ଜାରି ରଖିଛି। ଉକ୍ତ ସମୟରେ ଷ୍ଟାଣ୍ଡରେ ଆହୁରି ବସ୍ ଥିବାରୁ ଅନ୍ୟ ବସ୍ କର୍ମଚାରୀମାନେ ଭୟଭୀତ ହୋଇଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
National
'ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଧରିତ୍ରୀ', ଭୀମ ଭୋଇଙ୍କ କବିତା କହିଲେ ପ୍ରଧାନମନ୍ତ୍ରୀ
ଦିଲ୍ଲୀରେ ଆୟୋଜିତ 'ଓଡ଼ିଶା ପର୍ବ' ୨୦୨୪ରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Miscellaneous
ଆସୁଛନ୍ତି ରାଷ୍ଟ୍ରପତି; ପୁରୀରେ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଜିପି
ସୁରକ୍ଷା ଦାୟିତ୍ୱରେ ୮୦ ପ୍ଲାଟୁନ ପୁଲିସ୍ ଫୋର୍ସ ସହ ୩୦୦ ବରିଷ୍ଠ ଅଧିକାରୀ ମୁତୟନ ହେବେ। କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି କହିଲେ ଡିଜିପି ୱାଇ.ବି ଖୁରାନିଆ।
Miscellaneous
ସୋମବାର ମହାପ୍ରଭୁଙ୍କ ପଇତାଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ମାର୍ଗଶୀର କୃଷ୍ଣ ପକ୍ଷ ଦଶମୀ ତିଥିରେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତୀଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହୁଏ। ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ।
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।