ଜଳିଗଲା ମୋବାଇଲ୍ ଦୋକାନ,୩୦ ଲକ୍ଷର ସାମଗ୍ରୀ ପୋଡ଼ି ପାଉଁଶ

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର):ଝାରସୁଗୁଡ଼ା ବିଟିଏମ୍ ବକ୍ସି ଛକରେ ଥିବା ଗୋଟିଏ ମୋବାଇଲ୍ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟି  ୩୦ ଲକ୍ଷରୁ ଅଧିକ ଟଙ୍କାର ମୋବାଇଲ୍ ଓ ଇଲେ୍ରୋନିକ୍ସ ସାମଗ୍ରୀ ଜଳି ଯାଇଛି। ଦୁଇଟି ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ। ଗତକାଲି ବିଳମ୍ବିତ ରାତିରେ ମହାପାତ୍ର ଏଣ୍ଟରପ୍ରାଇଜେସର ୨ଟି ଦୋକାନରେ ହଠ।ତ ନିଆଁ ଲାଗି ଯାଇଥିଲା। ସଟ୍ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅନ୍ୟ ଦୋକାନକୁ ନିଆଁ ବ୍ୟାପିବା ପୂର୍ବରୁ ଦମକଳ ପହଞ୍ଚି ନିଆଁକୁ ଆୟତ୍ତ […]

mobile

Tapaswini Nayak
  • Published: Tuesday, 01 December 2020
  • , Updated: 01 December 2020, 01:05 PM IST

ଝାରସୁଗୁଡ଼ା(ଓଡ଼ିଶା ରିପୋର୍ଟର):ଝାରସୁଗୁଡ଼ା ବିଟିଏମ୍ ବକ୍ସି ଛକରେ ଥିବା ଗୋଟିଏ ମୋବାଇଲ୍ ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟି  ୩୦ ଲକ୍ଷରୁ ଅଧିକ ଟଙ୍କାର ମୋବାଇଲ୍ ଓ ଇଲେ୍ରୋନିକ୍ସ ସାମଗ୍ରୀ ଜଳି ଯାଇଛି। ଦୁଇଟି ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିଥିଲେ।

ଗତକାଲି ବିଳମ୍ବିତ ରାତିରେ ମହାପାତ୍ର ଏଣ୍ଟରପ୍ରାଇଜେସର ୨ଟି ଦୋକାନରେ ହଠ।ତ ନିଆଁ ଲାଗି ଯାଇଥିଲା। ସଟ୍ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅନ୍ୟ ଦୋକାନକୁ ନିଆଁ ବ୍ୟାପିବା ପୂର୍ବରୁ ଦମକଳ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

Related story