ରାଇରଙ୍ଗପୁର(ରାଜେଶ କୁମାର ଶର୍ମା): ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ସହରରେ ଥିବା ଏକ ସପିଂ ମଲ୍ରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିବା ଜଣାଯାଇଛି।
ପ୍ରତ୍ୟକ୍ଷଦର୍ଶୀଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିଳମ୍ବିତ ରାତି ପ୍ରାୟ ୩ଟାରେ କୌଣସି କାରଣରୁ ମଲ୍ରେ ନିଆଁ ଲାଗି ଯାଇଥିଲା। ଖବର ପାଇ ୩ଟି ଅଗ୍ନିଶମ ବାହିନୀ କର୍ମଚାରୀ ପକ୍ଷରୁ ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ଜାରି ରଖିଛନ୍ତି। ସକାଳ ୭ଟା ସୁଦ୍ଧା ନିଆଁ ଉପରେ ସମ୍ପୂର୍ଣ୍ଣ ନିୟନ୍ତ୍ରଣ ଆସି ନ ଥିବା ଜଣାଯାଇଛି। ମୟୂରଭଞ୍ଜ ଜିଲ୍ଲା ଏସ୍ପି ସକାଳେ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଥିବା ଜଣାଯାଇଛି।
ଏହି ଅଗ୍ନିକାଣ୍ଡରେ ମଲରେ ଥିବା ବିଭିନ୍ନ ଦୋକାନ ପୋଡ଼ି ପ୍ରଭୂତ କ୍ଷୟକ୍ଷତି ଘଟିଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।
Accident
ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ, ସ୍ୱାମୀ-ସ୍ତ୍ରୀ ମୃତ
ଦୁର୍ଘଟଣା ଘଟାଇଥିବା କୁକୁଡ଼ା ବୋଝେଇ ଭ୍ୟାନଟି ଫେରାର୍ ହୋଇଯାଇଛି। ତଦନ୍ତ କରୁଛି ପୁଲିସ।
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।