ନିରାମୟ ଯୋଜନା କେନ୍ଦ୍ରରେ ନିଆଁ; ପୋଡ଼ିଗଲା ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର

ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ପ୍ରାଥମିକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ନିଆଁ ଲାଗିଯାଇଛି।

ରାତି ପ୍ରାୟ ୨ଟା ସମୟରେ ହସ୍‌ପିଟାଲ ପରିସରରେ ଥିବା ନିରାମୟ ଯୋଜନା କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ କମ୍ପ୍ୟୁଟର ପୋଡ଼ି ପାଉଁଶ ହୋଇଯାଇଛି। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥଲା।

ଅଗ୍ନିକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।