ପଟ୍ଟାମୁଣ୍ଡାଇ(ପ୍ରବୀର କୁମାର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଥାନା ଅନ୍ତର୍ଗତ ପେଣ୍ଠ ଗାଁ ନିକଟ ସମୁଦ୍ରକୂଳରେ ବିଛା ଯାଇଥିବା ଜିଓ ସିନ୍ଥେଟିକ୍ ଟ୍ୟୁବ୍ରେ ଗତକାଲି ରାତିରେ ନିଆଁ ଲାଗି ଯାଇଥିଲା। ଫଳରେ ୧୫ରୁ ୨୦ ଫୁଟ୍ ଯାଏ ଜିଓ ସିନ୍ଥେଟିକ୍ ଟ୍ୟୁବ୍ ପୋଡ଼ି ଯାଇଥିବା ଜଣାପଡ଼ିଛି।
ଗତକାଲି ବିଳମ୍ୱିତ ରାତିରେ ଏଥିରେ ନିଆଁ ଲାଗିଥିବା କୁହାଯାଉଛି। ଭୋର୍ ବେଳକୁ କିଛି ଗ୍ରାମବାସୀ ଏଥିରେ ନିଆଁ ଲାଗିଥିବା ଦେଖି ଦମକଳ ବାହିନୀକୁ ଖବର ଦେଇଥିଲେ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।
ଏ ଅଗ୍ନିକାଣ୍ଡ କେମିତି ଘଟିଲା, ତାହା ସ୍ପଷ୍ଟ ହୋଇପାରିନି। ସନ୍ଦେହ କରାଯାଉଛି, କେହି ସିଗାରେଟ୍ ଆଦି ଟାଣି ସେଠାରେ ଫୋପାଡ଼ି ଦେଇଥିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା।
ରାଜନଗର ଉପକୂଳରେ ଥିବା ୫୪ ଗାଁକୁ ସମୁଦ୍ର ଦାଉରୁ ରକ୍ଷା କରିବାକୁ ଏହି ଜିଓ ସିନ୍ଥେଟିକ୍ ଟ୍ୟୁବ୍ ବିଛା ଯାଇଛି। କେନ୍ଦ୍ର ସରକାର ୩୩ କୋଟି ଟଙ୍କା ବ୍ୟୟରେ ଏହି ପ୍ରକଳ୍ପ ନିର୍ମାଣ କରିଛନ୍ତି। ଏହା ଦେଶର ଦ୍ୱିତୀୟ ଏଭଳି ପ୍ରକଳ୍ପ ହୋଇଥିବା ବେଳେ ରାଜ୍ୟରେ ପ୍ରଥମ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଫେରା ପଥରେ ଚାଲିଗଲେ ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।