ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଏକା ଥରକେ ତିନି ଜଣ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍ ହୋଇଥିବା ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ପୁଲିସ୍ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହା ସହିତ ଅଗ୍ନିଶମ ବାହିନୀ ବମିଖାଲ ଅଞ୍ଚଳକୁ ବିଶୋଧନ କରୁଛି। ସିଲ୍ ହୋଇଥିବା ଏକାମ୍ର ହଲ୍ ପାଖ କାଫେ କଫି ଡେ’ ଠାରୁ ଝାରପଡ଼ା କେନାଲ ରୋଡ୍, ଝାରପଡ଼ା କେନାଲ ରୋଡ୍ରୁ ଝାରପଡ଼ା ଦୁର୍ଗା ମଣ୍ଡପ ଏବଂ ଦୁର୍ଗା ମଣ୍ଡପଠାରୁ କଟକ-ପୁରୀ ରୋଡ୍ର ଡିସିବି ବ୍ୟାଙ୍କ ଛକ ଯାଏ ବିଶୋଧନ ଚାଲିଛି। ସେହିପରି ଡିସିବି ବ୍ୟାଙ୍କ ଛକଠାରୁ ଏକାମ୍ର ହଲ୍ ନିକଟ କାଫେ କଫି ଡେ’ ଯାଏ ବି ବିଶୋଧନ କରାଯିବ। ସିଲ୍ ଥିବାରୁ ଏହି ଅଞ୍ଚଳରେ ଅତ୍ୟାବଶ୍ୟକ ଓ ଜରୁରୀ ସେବା ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।