ବାଙ୍କୀ(ସଞ୍ଜିପ କୁମାର ନାୟକ): କଟକ ଜିଲ୍ଲା ବାଙ୍କୀ ବ୍ଲକ୍ ନୂଆଗାଁରେ ଗତକାଲି ସନ୍ଧ୍ୟାରେ ଏକ ଅଢ଼େଇ ବର୍ଷର ଶିଶୁ ଖେଳୁଥିବା ସମୟରେ ଷ୍ଟିଲ ଗରା ଭିତରେ ପଶି ଯାଇଥିଲା। ହେଲେ ଗରା ଭିତରେ ଶିଶୁଟିର ଅଣ୍ଟା ଫସି ରହିଥିବାରୁ ସେ ଆଉ ବାହାରକୁ ବାହାରି ପାରି ନଥିଲା।
ଖବର ପାଇ ବାଙ୍କୀ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ଦେଢ଼ ଘଣ୍ଟା ଅକ୍ଲାନ୍ତ ପରିଶ୍ରମ କରି କଟର୍ ସାହାଯ୍ୟରେ ଗରାକୁ କାଟି ଶିଶୁଟିକୁ ଉଦ୍ଧାର କରିଥିଲେ। ଶିଶୁଟିର ସ୍ୱାସ୍ଥ୍ୟାବସ୍ଥା ଭଲ ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଲକ୍ଷାଧିକ ଟଙ୍କା ହଡ଼ପ; ଗରିବଙ୍କ ଝାଳ ବୁହା ଧନ ନେଇଗଲେ ପୋଷ୍ଟ ମାଷ୍ଟର!
ଠକାମୀରେ ଶିକାର ହୋଇଥିବା ଜମାକାରୀମାନେ ଆଜି ଲାଞ୍ଜିବର୍ଣ୍ଣା ଉପ-ଡାକଘର ଯାଇଥିଲେ। ସେତେବେଳେ ଡାକଘରେ ତାଲା ଝୁଲୁଥିବା ଦେଖିବାକୁ ମିଳିଥିଲା। ଖବର ନେବାରୁ ଜଣାପଡ଼ିଛି କିଛି ଦିନ ହେଲା ସଂପୃକ୍ତ ପୋଷ୍ଟ ମାଷ୍ଟର ଡାକଘରେ ତାଲା ପକାଇ ଆସୁନାହାନ୍ତି।
Accident
ବାଇକ୍କୁ ପଛରୁ ପିଟିଲା ଟ୍ରକ୍; ମା’ପୁଅ ମୃତ, ବାପା ଗୁରୁତର
ଘଟଣାସ୍ଥଳରେ ମା’ର ମୃତ୍ୟୁ ଘଟିଥିବା ବେଳେ ଡାକ୍ତରଖାନାରେ ପୁଅକୁ ମୃତ ଘୋଷଣା କରିଥିଲେ ଡାକ୍ତର।
Crime
କୋଡ଼ିଙ୍ଗା ତହସିଲଦାରଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ
ଘଟଣା ଘଟିବାର ୬ ବର୍ଷ ପରେ ଦୋଷୀ ସାବ୍ୟସ୍ତ ହୋଇ ଦଣ୍ଡ ପାଇଛନ୍ତି କୋଡ଼ିଙ୍ଗା ତହସିଲଦାର।
Politics
ଦେଶର ରାଜଧାନୀରେ ହଙ୍ଗାମା; ରାଜ୍ୟ ରାଜଧାନୀରେ ଗର୍ଜନ
ରାହୁଲ ଗାନ୍ଧିଙ୍କ ଆକ୍ରମଣକୁ ବିରୋଧ କରି ବିଜେପି ଓ ଅମିତ ଶାହଙ୍କ ବୟାନକୁ ନିନ୍ଦା କରି କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇଛନ୍ତି।
Weather
ରବିବାର ସକାଳ ଯାଏଁ ବର୍ଷା; ଜାଣନ୍ତୁ, କେବେ କେଉଁଠି ହେବ
ଆଗାମୀ ୪ ଦିନ ଯାଏ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତନ ହେବ ନାହିଁ। କିନ୍ତୁ ତା’ପରେ ୨ରୁ ୪ ଡିଗ୍ରୀ କମିବ।