ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନ ଦ୍ୱିପ୍ରହରରେ ରାଜଧାନୀରେ ଥିବା ଏକ ଜୁଏଲାରୀରୁ ଲକ୍ଷାଧୀକ ଟଙ୍କାର ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ। କେବଳ ସେତିକି ନୁହେଁ ଫାୟାରିଂ କରି ଚମ୍ପଟ୍ ବି ମାରିଲେ । ଭୁବନେଶ୍ୱର ଉପକଣ୍ଠ ଯାଆଁଳରେ ଘଟିଛି ଏପରି ଅଭାବନୀୟ କାଣ୍ଡ।
ଆଜି ପ୍ରାୟ ମଧ୍ୟାହ୍ନ ସମୟରେ ଯାଆଁଳ ଫାଣ୍ଠି ନିକଟରେ ଥିବା ସାଗରିକା ଜୁଏଲାରୀ ନିକଟରେ ୨ ଦୁର୍ବୃତ୍ତ ଏକ ବାଇକ୍ରେ ପହଞ୍ଚିଥିଲେ। ଉଭୟ ଜୁଏଲାରୀରେ ପ୍ରବେଶ କରି କିଛି କେମିକାଲ ସ୍ପ୍ରେ କରି ସୁନା ଗହଣା ଲୁଟିବା ଆରମ୍ଭ କରିଥିଲେ। ଏହି ସମୟରେ ମାଲିକଜଣକ ସାଇରନ ବଟମ୍ ମାରିଦେବାରୁ ଆଖପାଖ ଲୋକ ଦୌଡ଼ି ଆସିଥିଲେ।
ଏହା ଦେଖି ୨ ଦୁର୍ବୃତ୍ତଙ୍କ ମଧ୍ୟରୁ ଜଣେ ବନ୍ଧୁକ ଧରିଥିବା ବେଳେ ଫାୟାରିଂ କରିବା ଆରମ୍ଭ କଲା। ଲୋକେ ଭୟଭୀତ ହୋଇ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିବା ବେଳେ ଚମ୍ପଟ୍ ମାରିଛନ୍ତି ଲୁଟେରା । ପୁଲିସ୍ ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜେ ରଚିଥିଲେ ନିଜ ହତ୍ୟା ନାଟକ; ୩ ମାସ ପରେ ମାଡ଼ି ବସିଲା ପୁଲିସ୍
ରୋଜଗାରଠୁ ବଳିଗଲା ଖର୍ଚ୍ଚ। ଠିକ୍ ସମୟରେ ଦେଇ ହେଲାନି କିସ୍ତି ଟଙ୍କା। ଏଥିସହ ସବୁବେଳେ ଅପଦସ୍ଥ ହେବାକୁ ବି ଭଲ ଲାଗିଲାନି। ତେଣୁ ଏଥିରେ ଯବନିକା ପକାଇବାକୁ ମାଇକ୍ରୋ ଫାଇନାନ୍ସ କର୍ମଚାରୀଜଣକ କଲେ ସାଂଘାତିକ ଷଡଯନ୍ତ୍ର ।
Politics
‘୧୫ ଦିନରେ ସରିବ ସୁଭଦ୍ରା ଯାଞ୍ଚ; ଯୋଗ୍ୟ ମହିଳା ପାଇବେ ଟଙ୍କା’
୨୧ ବର୍ଷ ପୂରିଥିଲ ‘ସୁଭଦ୍ରା’ ଆବେଦନ କରିପାରିବେ। ଯେଉଁମାନଙ୍କର ଏହି ମାସରେ ୨୧ ବର୍ଷ ପୂରିଥିବ ସେ ବି ସୁଭଦ୍ରା ପାଇଁ ଆବେଦନ କରି ପାରିବେ। ଆବେଦନ କଲେ ସୁଭଦ୍ରା ଟଙ୍କା ପାଇପାରିବେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ।
Crime
ଝିଅ ମୃତ୍ୟୁ ପରେ ମୁଣ୍ଡ ପିଟୁଛି ମା’; କହିଲା- ଯିଏ ନେଇଥିଲା, ସିଏ ଆସିଲେ ଉଠିବ ମୃତଦେହ
‘ମୋ’ ଝିଅ ୮ ମାସ ହେବ ଘରୁ ଚାଲି ଯାଇଥିଲା। ଗାଁର ଜଣେ ଯୁବକ ତାକୁ ନେଇ ଯାଇଥିଲା। ମାତ୍ର ଏବେ ତା’ ମୃତଦେହ ପାଇଲୁ। ତେଣୁ ସେ ଯାହା ସହ ଯାଇଥିଲା, ସେ ନ ଆସିବା ପର୍ଯ୍ୟନ୍ତ ଝିଅର ଶବ ପଡ଼ି ରହିବ ।’
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।