କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସହରର ଖଡ଼ିଅଙ୍କ ଛକରେ ଜଣେ ଅଟୋ ଡ୍ରାଇଭରଙ୍କୁ ଗୁଳିମାଡ଼ ହୋଇଛି। ଆଜି ସକାଳ ପ୍ରାୟ ୯ଟା ବେଳେ ୨ ଜଣ ଦୁର୍ବୃତ୍ତ ଅଟୋ ଡ୍ରାଇଭରଙ୍କୁ ଗୁଳିମାଡ଼ କରି ଫେରାର ହୋଇଯାଇଛନ୍ତି। ଡ୍ରାଇଭର ଜଣଙ୍କ ହେଲେ ଗରାପୁରର ରାଜେନ୍ଦ୍ର ପାତ୍ର। ରାଜେନ୍ଦ୍ରଙ୍କ ଡାହାଣ ଗୋଡ଼ରେ ୩ଟି ଗୁଳି ବାଜିଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି।
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଏହି ଗୁଳିମାଡ଼ ହୋଇଥିବା ପୋଲିସ ସନ୍ଦେହ କରୁଛି। ଗୁଳିକାଣ୍ଡରେ ଗରାପୁର ଗାଁର କିଛି ବ୍ୟକ୍ତିଙ୍କ ହାତ ଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତକୁ ଧରିବା ପାଇଁ ପୋଲିସ୍ ତନାଘନା ଚଳାଇଛି। ଘଟଣାସ୍ଥଳକୁ ଗୋଟିଏ ଖୋକା ଜବତ କରିଛି ପୋଲିସ।
ଅଟୋ ଡ୍ରାଇଭର ରାଜେନ୍ଦ୍ରଙ୍କ ଦାଦା କହିଛନ୍ତି,“ରାଜେନ୍ଦ୍ର ଆଜି ଅଟୋ ନେଇ ଡାକ୍ତରଖାନା ଆସୁଥିଲା। ଖଡ଼ିଅଙ୍କ ରାସ୍ତାରେ ତାକୁ ଡାକି ନେଇ ଗୁଳି କରିଛନ୍ତି। ଆମେ ଖବର ପାଇ ସଙ୍ଗେ ସଙ୍ଗେ ସେଠାକୁ ଯାଇ ତାକୁ ଡାକ୍ତରଖାନା ନେଇଥିଲୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବିନା ଶାର୍ଟରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଘରକୁ ପଠାଇଲେ ପ୍ରିନ୍ସିପାଲ
ଦଶମ ପରୀକ୍ଷା ସରିଲା ବୋଲି ଖୁିସିରେ ଜଣେ ଜଣକ ଶାର୍ଟରେ ଶୁଭେଚ୍ଛା ଲେଖି ସେଲିବ୍ରେସନ କରୁଥିଲେ ଛାତ୍ରୀ। ପ୍ରିନ୍ସିପାଲଙ୍କୁ ଏହା ପସନ୍ଦ ନଆସିବାରୁ ପ୍ରାୟ ଶହେ ଛାତ୍ରୀଙ୍କୁ ଶାର୍ଟ ଖୋଲି ଘରକୁ ଯିବାକୁ ବାଧ୍ୟ କରାଯାଇଥିଲା।
Crime
ପ୍ରସୂତିଙ୍କ ଚିକିତ୍ସା ଅଧାରୁ ଛାଡ଼ି ପଳାଇଥିଲେ ଡାକ୍ତର; ୧୧ କୋଟି ଜୋରିମାନା କଲେ କୋର୍ଟ
ପ୍ରସବ ପରେ ଅତ୍ୟଧିକ ରକ୍ତସ୍ରାବ ହୋଇ ମହିଳାଙ୍କର ମୃତ୍ୟୁ ହୋଇଥିଲା। ଚିକିତ୍ସା ଅଧାରୁ ପାଣି ପିଇବାକୁ କହି କେଉଁଆଡ଼େ ପଳାଇଥିଲେ ଦୁଇ ଡାକ୍ତର।
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Crime
ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ, ଭିଡିଓ ଭାଇରାଲ ପରେ ମାମଲା ରୁଜୁ
ଆଗରୁ ଟ୍ରାଫିକ ନିୟମ ଭାଙ୍ଗି ୧୦ ଥର ଜୋରିମାନା ଦେଇଥିଲେ। ଏବେ ପୁଣି ବାନ୍ଧବୀଙ୍କୁ ଧରି ଚଳନ୍ତା ବାଇକରେ ରୋମାନ୍ସ କରୁଥିଲେ।