ଜଗତସିଂହପୁର (ଓଡ଼ିଶା ରିପୋର୍ଟର): ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ କଣିଆରେ ସାମାନ୍ୟ ବଚସାରୁ ଗୁଳିକାଣ୍ଡ ଘଟିଛି। ତେବେ ଏଥିରେ କାହାର କିଛି କ୍ଷତି ହୋଇନି।
ସୂଚନା ଅନୁସାରେ, ଗତକାଲି ଅଲାଭର ଗାଁର ସାଗର ମଲ୍ଲିକ ଓ ରାକେଶ ଦାସ ସେମାନଙ୍କର ଅନ୍ୟ ଦୁଇ ଜଣ ସାଙ୍ଗଙ୍କ ସହିତ କଣିଆରେ ଥିଲେ। କୌଣସି କାରଣରୁ ସେଠାରେ ସେମାନଙ୍କର କୁଳିଆଗାଁର କୁଳମଣି ଦାସଙ୍କ ସହିତ ବଚସା ହୋଇଥିଲା। ଏହି ସମୟରେ ସାଗର ବନ୍ଧୁକ ବାହାର କରି କୁଳମଣିଙ୍କ ଉପରକୁ ଗୁଳି ଚଳାଇଥିଲା। ତେବେ କୁଳମଣି ନଇଁ ପଡ଼ିବାରୁ ତାଙ୍କ ଦେହରେ ଗୁଳି ବାଜି ନଥିଲା।
ଗୁଳିମାଡ଼ ପରେ ସେଠାରେ ଉପସ୍ଥିତ ଲୋକେ ସାଗର ଓ ରାକେଶଙ୍କୁ ଧରି ନିସ୍ତୁକ ମାଡ଼ ମାରିଥିଲେ। ଖବର ପାଇ ପୁଲିସ୍ ସେଠାରେ ପହଞ୍ଚିଥିଲା ରାକେଶକୁ ଗିରଫ କରିଥିଲା। ସାଗର ଓ ତାଙ୍କର ଅନ୍ୟ ଦୁଇ ବନ୍ଧୁ କୌଣସି ମତେ ସେଠାରୁ ଖସି ପଳାଇବାରେ ସକ୍ଷମ ହୋଇଥିଲେ।
ଲୋକଙ୍କ ମାଡ଼ରେ ଆହତ ରାକେଶଙ୍କୁ ବାଲିକୁବା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।