ଶ୍ରମିକ ପଞ୍ଜିକରଣ ଚାଲିଥିବା ବେଳେ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ଉପରକୁ ଗୁଳିମାଡ଼

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ପଞ୍ଚାୟତ ନିର୍ବାହୀ ଅଧିକାରୀ (ଭିଏଲଡବ୍ଲ୍ୟୁ)ଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏପରି ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ମଧ୍ୟଖଣ୍ଡ ପଞ୍ଚାୟତରେ ଘଟିଛି। ମାତ୍ର କେଉଁକାରଣ ଗୁଳିମାଡ଼ ହୋଇଛି, ତାହା ଜଣାପଡ଼ି ନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ଆଜି ଦଶପଲ୍ଲା ଥାନା ମଧ୍ୟଖଣ୍ଡ ପଞ୍ଚାୟତରେ ଶ୍ରମିକ ପଞ୍ଜିକରଣ ହୋଇଥିଲା। ଭିଏଲଡବ୍ଲ୍ୟୁ ମୁରଲୀ ବାରିକ ପଞ୍ଜିକରଣ କରାଉ ଥିଲେ। ଠିକ୍‌ ଏତିକି ବେଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଆସି […]

firing-in--nayagarh

Manoranjan Sial
  • Published: Friday, 30 August 2019
  • , Updated: 30 August 2019, 06:59 PM IST

ନୟାଗଡ଼(ଆର୍ତ୍ତତ୍ରାଣ ପ୍ରଧାନ): ପଞ୍ଚାୟତ ନିର୍ବାହୀ ଅଧିକାରୀ (ଭିଏଲଡବ୍ଲ୍ୟୁ)ଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଏପରି ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ମଧ୍ୟଖଣ୍ଡ ପଞ୍ଚାୟତରେ ଘଟିଛି। ମାତ୍ର କେଉଁକାରଣ ଗୁଳିମାଡ଼ ହୋଇଛି, ତାହା ଜଣାପଡ଼ି ନାହିଁ। ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ଆଜି ଦଶପଲ୍ଲା ଥାନା ମଧ୍ୟଖଣ୍ଡ ପଞ୍ଚାୟତରେ ଶ୍ରମିକ ପଞ୍ଜିକରଣ ହୋଇଥିଲା। ଭିଏଲଡବ୍ଲ୍ୟୁ ମୁରଲୀ ବାରିକ ପଞ୍ଜିକରଣ କରାଉ ଥିଲେ। ଠିକ୍‌ ଏତିକି ବେଳେ ସ୍ଥାନୀୟ ଅଞ୍ଚଳର ଜଣେ ଯୁବକ ଆସି ତାଙ୍କ ଉପରକୁ ଗୁଳି ଚଳାଇ ଥିଲେ। ସୌଭାଗ୍ୟବଶତଃ ଗୁଳିଟି ତାଙ୍କ ଗୋଡ଼ରେ ବାଜିଥିଲା। ସ୍ଥାନୀୟ ଲୋକେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରି ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ତେବେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଦଶପଲ୍ଲା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏନେଇ ପୁଲିସର ପ୍ରତିକ୍ରିୟା ମିଳିପାରି ନାହିଁ।

Related story