କେନ୍ଦ୍ରାପଡ଼ା(ମନୋଜ ସ୍ୱାଇଁ): ଗାଡ଼ି ସଜାଡ଼ିବାକୁ ଗ୍ୟାରେଜ୍କୁ ଆସିଥିଲେ। ହେଲେ ସେଠାରେ ତାଙ୍କ ଉପରେ ହୋଇଥିଲା ଗୁଳିମାଡ଼। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।
ଗତକାଲି ରାତିରେ ଏଭଳି ଏକ ଘଟଣା ଘଟି ଯାଇଛି କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ଵଡ଼ନୟନପୁର ଛକରେ ଥିବା ଏକ ଗାଡ଼ି ଗ୍ୟାରେଜ୍ରେ।
ଆହତ ବ୍ୟକ୍ତିଙ୍କ ନାଁ ପ୍ରଶାନ୍ତ ବାରିକ। ତାଙ୍କ ଘର ସ୍ଥାନୀୟ ଅଞ୍ଚଳରେ।
ଗ୍ୟାରେଜ୍ରେ ତାଙ୍କ ବାଇକ୍ ସଜଡ଼ା ଯାଉଥିବା ବେଳେ ସେ ସେଠାରେ ଉପସ୍ଥିତ ଥିଲେ। ରାତି ପ୍ରାୟ ୯ଟା ୪୫ ବେଳେ ତିନି ଜଣ ଯୁବକ ଏକ ବାଇକ୍ରେ ଆସି ଗ୍ୟାରେଜ୍ ଉପରକୁ ଗୁଳି ମାଡ଼ କରି ଫେରାର ହୋଇଯାଇଥିଲେ। ଆହତ ପ୍ରଶାନ୍ତଙ୍କୁ ପ୍ରଥମେ ତେଣ୍ଡାକୁଡ଼ା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଅବସ୍ଥା ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା।
ପ୍ରକୃତରେ ସେମାନେ ପ୍ରଶାନ୍ତଙ୍କୁ ଗୁଳି କରିବାକୁ ଆସିଥିଲେ ନା ଗ୍ୟାରେଜ୍ରେ କାହା ଉପରେ ରାଗ ରଖି ଗୁଳି କରିବାକୁ ଆସିଥିଲେ, ତାହା ସ୍ପଷ୍ଟ ହୋଇନାହିଁ। ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।