ବଲାଙ୍ଗିର (ଓଡ଼ିଶା ରିପୋର୍ଟର): ଜମି ବିବାଦରୁ ଫୁଟିଲା ଗୁଳି। ବଲାଙ୍ଗିର ସହର ଉପକଣ୍ଠ ସଦେଇପାଲି ଛକରେ ଘଟିଛି ଏହି ଘଟଣା।
ଗୁଳିମାଡ଼ରେ ଆହତ ଯୁବକଙ୍କ ନାଁ ସୋନୁ ପଟ୍ଟନାୟକ। ବଲାଙ୍ଗିର ସହରର ସୋନୁ ଆଜି ସଦେଇପାଲି ଛକ ନିକଟରେ ଥିବା ତାଙ୍କ ଜମିର ମାପଚୁପ କରୁଥିଲେ । ଏହି ସମୟରେ ସଦେଇପାଲିର ବିଶୁ ସାଏଙ୍କ ପରିବାର ଲୋକେ ସଂଘବଦ୍ଧ ଭାବେ ଆସି ତାଙ୍କୁ ଆକ୍ରମଣ କରିଥିଲେ। ଏପରିକି ବିଶୁଙ୍କ ପରିବାର ଲୋକେ ସୋନୁ ଉପରକୁ ଗୁଳି କରିଥିଲେ। ଗୁଳିଟି ସୋନୁଙ୍କ କାନ୍ଧରେ ବାଜିଥିଲା । ଏହା ସହିତ ସେଠାରେ ଉପସ୍ଥିତ ସୋନୁଙ୍କ ସହଯୋଗୀ ସିଲୁ ପ୍ରଧାନଙ୍କୁ ମଧ୍ୟ ଆକ୍ରମଣ କରିଥିଲେ। ଆକ୍ରମଣରେ ସିଲୁଙ୍କ ମୁଣ୍ଡ ଫାଟି ଯାଇଛି।
ସୋନୁ ଓ ସିଲୁକୁ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତି କରାଯାଇଛି। ସଦର ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ଆହତ ସିଲୁ କହିଛନ୍ତି ଯେ କିଛି ଅଭିଯୋଗ ଥିଲେ ବସି ଆଲୋଚନା କରାଯାଇପାରିବ ବୋଲି ଆମେ କହିଥିଲୁ। ହେଲେ ଆକ୍ରମଣକାରୀମାନେ କିଛି ଶୁଣି ନଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରାଜସ୍ୱ ବିଭାଗର ଚେତାବନୀ: ହ୍ରାସପାଇଲାଣି ସରକାରୀ ଜମି, ଆଉ ମନଇଚ୍ଛା ପ୍ରସ୍ତାବ ଦିଅନି
ଆଉ ମନଇଚ୍ଛା ଜମି ହସ୍ତାନ୍ତର ପାଇଁ ପ୍ରସ୍ତାବ ନଦେଇ ବାସ୍ତବରେ ଆବଶ୍ୟକ ହେଉଥିବା ଜମିର ବିବେକାନୁମୋଦିତ ସଠିକ୍ ଆକଳନ କରାଯାଉ।
Politics
ମୋତେ ମାରି ଉପନିର୍ବାଚନ କରିବାକୁ ଯୋଜନା ରଖିଥିଲେ; କାହା ବିରୋଧରେ ଏଭଳି ସାଂଘାତିକ ଅଭିଯୋଗ ଆଣିଲେ ବିଜେପି ବିଧାୟକ
ଆକ୍ରମଣ ପରେ ପରେ ବବିଙ୍କ ଭାଇ ଲଲ ଦାସ ଫୋନ୍ କରିଥିଲେ। ଯାହା ହେଲା ହେଲା, କଂପ୍ରୋମାଇଜ୍ କରିଦିଅ କହିଥିଲେ। ଲୋକ ଲଗାଇ ପିଟିବେ, ପୁଣି କଂପ୍ରୋମାଇଜ୍ ପାଇଁ କହିବେ।
Health
୨୪ଘଣ୍ଟା ଖୋଲା ରହିବ ‘ନିରାମୟ’ ମେଡିସିନ୍ ଷ୍ଟୋର, ବନ୍ଦ କଲେ କାର୍ଯ୍ୟାନୁଷ୍ଠାନ
ରାଜ୍ୟ ସରକାର ରୋଗୀଙ୍କୁ ମାଗଣାରେ ସମସ୍ତ ‘ନିରାମୟ’ ମେଡିସିନ୍ ଷ୍ଟୋରରେ ଔଷଧ ଯୋଗାଉଛନ୍ତି। କିନ୍ତୁ ଏହି ନିରାମୟ କେନ୍ଦ୍ରଗୁଡ଼ିକ ରାତିରେ ବନ୍ଦ ରହୁଥିବା ଓ ଆବଶ୍ୟକ ଔଷଧ ନଥିବା ଯୋଗୁ ରୋଗୀଙ୍କୁ ନାନାଦି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି।
Events & Festivals
ମହତାବଙ୍କ ୧୨୫ତମ ଜୟନ୍ତୀ ପାଳନ ପାଇଁ କେନ୍ଦ୍ର ସରକାର ଗଢ଼ିଲେ କମିଟି: ଅମିତ୍ ଶାହ ଅଧ୍ୟକ୍ଷ, ୨୩ଜଣ ସଦସ୍ୟ
ଆଜି ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସ୍ୱର୍ଗତ ଡଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ପାଳନ ପାଇଁ ଭାରତ ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି।
Miscellaneous
ଦୁଇରୁ ଅଧିକ ସନ୍ତାନ ଥିବାରୁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇରୁ ଅଧିକ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।