ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହୋଇଥିବା ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା ସରିଛି। ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୧ଟା ୩୦ରେ ସରିଛି। ଚଳିତବର୍ଷ ପରୀକ୍ଷା ଦେଉଛନ୍ତି ୬ଲକ୍ଷ ୮ହଜାର ୩୧ ଜଣ ଛାତ୍ରଛାତ୍ରୀ। ଏଥର ୨ ହଜାର ୮୧୮ ଟି କେନ୍ଦ୍ରରେ ପରୀକ୍ଷା ହେଉଛି। ଆଜି ସକାଳ ୮ଟାରୁ ବିଭିନ୍ନ ପରୀକ୍ଷା କେନ୍ଦ୍ର ଆଗରେ ପହଞ୍ଚିଥିଲେ ଛାତ୍ରଛାତ୍ରୀ। ୮ଟା ୩୦ରେ ଓଏମ୍ଆର୍ ସିଟ୍ ଦିଆଯାଇଥିଲା। ୮ଟା ୪୫ ମିନିଟରେ ପ୍ରଶ୍ନପତ୍ର ସଂଯୁକ୍ତ ଥିବା ଉତ୍ତର ଖାତା ଦିଆଯାଇଥିଲା। ପ୍ରଶ୍ନ ପଢ଼ିବା ଲାଗି ଛାତ୍ରଛାତ୍ରୀଙ୍କୁ ମିଳିଥିଲା ୧୫ ମିନିଟ୍‌। ପରେ ୯ଟାରୁ ଆରମ୍ଭ ହୋଇଥିଲା ପରୀକ୍ଷା।</p> <p>କପି ରୋକିବା ପାଇଁ ତ୍ରିସ୍ତରୀୟ ସ୍କ୍ୱାଡ ଗଠନ କରାଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସ୍ତରରେ ୫୮ଟି ଫ୍ଲାଇ ସ୍କ୍ୱାଡ ଓ ୩୭ଟି କେନ୍ଦ୍ରୀୟ ସ୍କ୍ୱାଡ ଗଠନ କରାଯାଇଛି। ମାଟ୍ରିକ ପରୀକ୍ଷାରେ କପି ରୋକିବା ପାଇଁ ଗଠିତ ସ୍କ୍ୱାଡ ରେ ଅଧ୍ୟାପକମାନଙ୍କୁ ମଧ୍ୟ ସାମିଲ କରାଯାଇଛି।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।