କଟକ(ଓଡ଼ିଶା ରିପୋର୍ଟର): ନଭେମ୍ବର ୨୨ ତାରିଖରୁ ଆରମ୍ଭ ହେବ ନବମ ଶ୍ରେଣୀ ସମ୍ମେଟିଭ୍ ପରୀକ୍ଷା। ୨୪ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ଦୁଇଟି ସଟିଙ୍ଗରେ ହେବ ପରୀକ୍ଷା। ୨୨ ତାରିଖରେ ପ୍ରଥମ ସିଟିଂରେ ଦ୍ଵିତୀୟ ଭାଷା, ଦ୍ଵିତୀୟ ସିଟିଂରେ ସମାଜିକ ବିଜ୍ଞାନ ପରୀକ୍ଷା ହେବ। ସେହିପରି ୨୩ ତାରିଖରେ ପ୍ରଥମ ସିଟିଂରେ ପ୍ରଥମ ଭାଷା ଓ ଦ୍ଵିତୀୟ ସିଟିଂରେ ଗଣିତ ପରୀକ୍ଷା ହେବ। ୨୪ ତାରିଖରେ ପ୍ରଥମ ସିଟିଂରେ ତୃତୀୟ ଭାଷା ଓ ଦ୍ଵିତୀୟ ସିଟିଂରେ ସାଧାରଣ ବିଜ୍ଞାନ ପରୀକ୍ଷା କରାଯିବ।
ମୋଟ୍ ୪୦ ନମ୍ବର ମାର୍କର ପରୀକ୍ଷା ହେବ। ୨୦ ମାର୍କର ସବ୍ଜେଟିଭ୍ ଓ ୨୦ ମାର୍କର ଅବ୍ଜେଟିଭ ପରୀକ୍ଷା କରାଯିବ। ଛାତ୍ରଛାତ୍ରୀମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ। ଅନ୍ୟ ସ୍କୁଲରେ ଖାତା ଦେଖା ହେବ। ୨୩ ତାରିଖରୁ ଆରମ୍ଭ ହେବ ଖାତା ଦେଖା। ୩୦ ତାରିଖ ଶେଷ ହେବ ଖାତାଦେଖା ପ୍ରକ୍ରିୟା।
ତେବେ ଦଶମ ଶ୍ରେଣୀ ସମ୍ମେଟିଭ୍ ପରୀକ୍ଷା ପାଇଁ ଖୁବ ଶୀଘ୍ର ତାରିଖ ଘୋଷଣା ହେବ। ନଭେମ୍ବର ଶେଷ ଓ ଡିସେମ୍ବର ଆରମ୍ଭରୁ ଏହି ପରୀକ୍ଷା ହେବ ବୋଲି ବୋର୍ଡ଼ ସଭାପତି ରାମାସିସ୍ ହାଜେରା କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।