ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୧୩ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଗଲାଣି। ପ୍ଲାଜମା ନେବା ପରେ ସମସ୍ତେ ଦ୍ରୁତ ଆରୋଗ୍ୟ ହେଉଛନ୍ତି। ତେବେ ପ୍ଲାଜମା ନେଇଥିବା ରାଜ୍ୟର ପ୍ରଥମ ରୋଗୀ ପୂରା ସୁସ୍ଥ ହୋଇଛନ୍ତି। ତାଙ୍କ ଘର କଟକରେ। ଉକ୍ତ ମହିଳାଙ୍କ ବୟସ ୪୮ ବର୍ଷ। ସଂପୃକ୍ତ ମହିଳାଙ୍କୁ ଆଜି ଡିସଚାର୍ଜ କରାଯାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, ଗତ ୧୫ ତାରିଖରେ ରାଜ୍ୟରେ ପ୍ରଥମ ଥର ପାଇଁ ପ୍ଲାଜମା ଥେରାପି ବ୍ୟବସ୍ଥା ଆରମ୍ଭ ହୋଇଥିଲା। କଟକ ଏସ୍ସିବି ମେଡିକାଲରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଏହାର ଉଦ୍ଘାଟନ କରିଥିଲେ। ଏହାପରେ ୨୧ ତାରିଖରେ ବ୍ରହ୍ମପୁର ଏମ୍କେସିଜି ମେଡିକାଲରେ ପ୍ଲାଜମା ଥେରାପି ଶୁଭାରାମ୍ଭ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...
Health
କୋଲେଷ୍ଟ୍ରଲ ସହ ଏହି ସବୁ ସମସ୍ୟାକୁ ଦୂର କରେ ଚିଆ ସିଡ୍ସ ଓ ଲେମ୍ବୁ
ଚିଆ ସିଡ୍ସ ଓ ଲେମ୍ବୁ ରସକୁ ମିଶାଇ ପିଇବା ଦ୍ୱାରା କି କି ଫାଇଦା ମିଳେ, ଜାଣନ୍ତୁ...
Health
ମାରି ଦଉଛି ମାରବର୍ଗ; କରି ଦେଉଛି ରକ୍ତରଞ୍ଜିତ ଆଖି
୧୭ ଦେଶରେ ଆଖି ପିଛୁଳାକେ ବ୍ୟାପିଲାଣି। ରୱାଣ୍ଡାରେ ପ୍ରାୟ ୧୫ରୁ ଅଧିକ ଲୋକଙ୍କ ଜୀବନ ଗଲାଣି।