ରାଉରକେଲା (ପବନ ତିୱାରୀ): ସୁନ୍ଦରଗଡ଼ ଜିଲ୍ଲା ବାହ୍ମଣୀତରଙ୍ଗ ଥାନା ଅନ୍ତର୍ଗତ ତୁମରନ ଗାଁରେ ଜଣେ ଶିଶୁକନ୍ୟାକୁ ଚେଙ୍କ ଦିଆଯାଇଥିବା ଅଭିଯୋଗ ହୋଇଛି। ଜ୍ୱର ଭଲ ହେବା ପାଇଁ ଶିଶୁଟିକୁ ଚେଙ୍କ ଦିଆଯାଇଥିବା ଜଣାପଡ଼ିଛି।
ଗତ କିଛି ଦିନ ହେଲା ଶିଶୁଟି ଜ୍ୱରରେ ପୀଡ଼ିତ ଥିଲା। ଜ୍ୱର ଭଲ ହେବା ପାଇଁ ଗତକାଲି ତାକୁ ଚେଙ୍କ ଦିଆଯାଇଥିଲା। ଚେଙ୍କ ଦେବା ପରେ ତା’ ଅବସ୍ଥା ଆହୁରି ବିଗିଡି ଯାଇଥିଲା। ଆଜି ସକାଳେ ତାକୁ ଆରଜିଏଚରେ ଭର୍ତ୍ତି କରାଯାଇଛି। ଶିଶୁଟିର ପେଟ,ଛାତି ଓ ପିଠିରେ ଚେଙ୍କ ଦିଆଯାଇଛି। ତା’ର ଅବସ୍ଥା ଏବେ ଭଲ ନାହିଁ।
ସୂଚନାଯୋଗ୍ୟ, ଗତକିଛି ଦିନ ତଳେ କୋଇଡ଼ା ଅଞ୍ଚଳରେ ଜଣେ ୫ ମାସର ଶିଶୁ କନ୍ୟାକୁ ମଧ୍ୟ ଚେଙ୍କ ଦିଆଯାଇଥିଲା। ଜ୍ୱର ଭଲ ନ ହେବାରୁ ଶିଶୁଟିକୁ ଚେଙ୍କ ଦିଆଯାଇଥିବା ଅଭିଯୋଗ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।