ଜୟପୁର (ଓଡ଼ିଶା ରିପୋର୍ଟର): ଏମିତି ବି ମୃତ୍ୟୁ ଆସେ। ଦଶାହ କାର୍ଯ୍ୟ ସାରି ଘରକୁ ଫେରୁଥିଲେ। ହେଲେ ଅଧାବାଟରୁ ଆରପାରିକୁ ବାହୁଡ଼ିଗଲେ। ପିକ୍ଅପ୍ ଭ୍ୟାନ ଓଲଟି ୭ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୯ ଜଣ ଗୁରୁତର ହୋଇଛନ୍ତି।
ଦଶାହ କାର୍ଯ୍ୟ ସାରି ଛତିଶଗଡ଼ର କୁଲତା ଗାଁକୁ ଫେରିବା ବେଳେ NH-୩୨୬ର କୋଟପାଡ଼ ଥାନା ମୂର୍ତ୍ତାହାଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଜୟପୁର ଉପଜିଲ୍ଲାପାଳ, ଏସ୍ଡିପିଓ ଘଟଣାସ୍ଥଳକୁ ଯାଇଛନ୍ତି। ସ୍ଥାନୀୟ ଲୋକେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଅନ୍ଧାର ଯୋଗୁଁ ଉଦ୍ଧାର କାର୍ଯ୍ୟରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ଉକ୍ତ ଭ୍ୟାନ୍ରେ ୨୦ରୁ ୨୨ ଜଣ ଲୋକ ଥିଲେ।
ସଦର ମହକୁମା ହସ୍ପିଟାଲରେ ଆହତଙ୍କୁ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ, ପିକ୍ଅପ୍ର ସ୍ପିଡ୍ ବହୁତ ଥିଲା। ଗାଡ଼ିରେ ଆବଶ୍ୟକତା ଠାରୁ ଢେର ଅଧିକ ଲୋକ ଥିଲେ। ଗାଡ଼ିର ବେଗ ଅଧିକ ଥିବାରୁ ଭାରସାମ୍ୟ ହରାଇ ଓଲଟିପଡ଼ିଥିଲା। ତେବେ ମୃତ୍ୟୁ ସଂଖ୍ୟା ବଢ଼ିବା ନେଇ ଆଶଙ୍କା କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।