ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଉ ୫ଜଣ ଆଇପିଏସଙ୍କୁ ଓଡ଼ିଶା କ୍ୟାଡ଼ର ଆବଣ୍ଟନ ହୋଇଛି। କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ଆଇପିଏସ୍ ଏଚ୍ . ବିନୋଦପତି, ରାହୁଲ ଗୋଏଲ, ୟଶପ୍ରତାପ ଶ୍ରୀମଲ, ବିସି ହରିଶ ଓ ସମୀର କୁମାର ଜେନା। ଏହି ୫ଜଣ ଆଇପିଏସ୍ ଏବେ ପ୍ରୋବେସନର ଭାବେ ଅଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ୫ଜଣ ଆଇପିଏସଙ୍କୁ ଓଡ଼ିଶା କ୍ୟାଡ଼ର ଆବଣ୍ଟନ କରାଯାଇଥିଲା। ସେମାନେ ଏବେ ହାଇଦ୍ରାବାଦସ୍ଥିତ ପୁଲିସ ଏକାଡେମୀରେ ପ୍ରଶିକ୍ଷଣ ନେଉଛନ୍ତି। ସେମାନେ ହେଲେ ଶିଲକେ ନଚିକେତ ବିଶ୍ୱନାଥ, ଗୁଣ୍ଡାଲା ରେଡ୍ଡୀ ରାଘବେନ୍ଦ୍ର, ଶୁଭେନ୍ଦୁ କୁମାର ପାତ୍ର, ଅଭିନବ ସୋନକର ଓ ରୋହିତ ବର୍ମା। ଏହି ସମସ୍ତ ଆଇପିଏସଙ୍କୁ ମିଶାଇଲେ ଓଡ଼ିଶା କ୍ୟାଡ଼ର ଆଇପିଏସଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି।
ରାଜ୍ୟରେ ମୋଟ ମଞ୍ଜୁରୀପ୍ରାପ୍ତ ୧୮୮ଟି ଆଇପିଏସ୍ ପଦବୀ ରହିଥିବାବେଳେ ସେଥିରୁ ୧୩୧ଟି ପଦବୀରେ ସିଧାସଳଖ ନିଯୁକ୍ତି ଓ ୫୭ଟି ପଦବୀ ପଦୋନ୍ନତି ଭିତ୍ତିରେ ପୂରଣ ହୋଇଥାଏ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।