ଯାଜପୁରରେ ଆଉ ୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ, ସମସ୍ତଙ୍କର ରହିଛି କୋଲକାତା ଲିଙ୍କ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲ୍ଲାର। ଏମାନଙ୍କୁ ମିଶାଇ ଜିଲ୍ଲାରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି। ସମସ୍ତେ ପଶ୍ଚିବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ବୟସ ୫୨ ବର୍ଷ, ୨୩ ବର୍ଷ, ୪୯ ବର୍ଷ, ୫୭ ବର୍ଷ, […]

Corona-4-1-1

Corona-4-1-1

Manoranjan Sial
  • Published: Saturday, 25 April 2020
  • Updated: 25 April 2020, 11:17 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬ ‘କରୋନା’ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ଯାଜପୁର ଜିଲ୍ଲାର। ଏମାନଙ୍କୁ ମିଶାଇ ଜିଲ୍ଲାରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ୧୮ରେ ପହଞ୍ଚିଛି। ସମସ୍ତେ ପଶ୍ଚିବଙ୍ଗ ଫେରନ୍ତା ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ରେ ପହଞ୍ଚିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତ ବୟସ ୫୨ ବର୍ଷ, ୨୩ ବର୍ଷ, ୪୯ ବର୍ଷ, ୫୭ ବର୍ଷ, ୩୯ ବର୍ଷ ଓ ୫୦ ବର୍ଷ। ସମସ୍ତେ ପୁରୁଷ ବୋଲି ଟ୍ୱିଟ୍‌ରେ ଉଲ୍ଲେଖ କରାଯାଇଛି।

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ‘କରୋନା’ ସଂଖ୍ୟା ବୃଦ୍ଧିକୁ ଦେଖି ରାଜ୍ୟ ସରକାର ୬୦ ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଆସନ୍ତାକାଲି ସକାଳ ୧୦ଟାରେ ସରୁଛି। ଏହି ସମୟ ଭିତରେ ‘କରୋନା’ ଚିହ୍ନଟ ଅଞ୍ଚଳକୁ ସିଲ୍‌ କରାଯାଇ ସାନିଟାଇଜ୍‌ କରାଯାଇଛି। ଏପରିକି ସ୍ୱାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। ତେବେ ଆଜି ପୁଣି ୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଯାଜପୁର ଜିଲ୍ଲା ପ୍ରଶାସନର ଆଗାମୀ ରଣନୀତି କଣ ରହିବ, ତାହା କାଲି ଜଣାପଡ଼ିବ। ସେପଟେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି।

ତେବେ ରାଜ୍ୟସ୍ତରୀୟ ସୂଚନାକୁ ଦେଖିଲେ, ‘କରୋନା’ରେ ଆଜି ସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯୯ ଜଣ ଆକ୍ରାନ୍ତ ହୋଇଛନ୍ତି। ସେଥିରୁ ୩୪ ଜଣ ସୁସ୍ଥ ଘରକୁ ଫେରିଥିବା ବେଳେ ୬୫ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି। ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍‌ରେ ଅଛନ୍ତି। ରାଜ୍ୟରେ ‘କରୋନା’ ଆୟତ୍ତରେ ଥିବା ବେଳେ ପଶ୍ଚିମବଙ୍ଗ ଫେରନ୍ତା ସରକାରଙ୍କ ଚିନ୍ତା ବଢ଼ାଇଥିଲା। ସେଥିପାଇଁ ରାଜ୍ୟ ସରକାର ପଶ୍ଚିମବଙ୍ଗ ଫେରନ୍ତାଙ୍କୁ ଚିହ୍ନଟ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ତେବେ ସଦ୍ୟତମ ବିଏସ୍‌ଏନ୍‌ଏଲ୍‌ ମୋବାଇଲ୍‌ ଟ୍ରାକିଂ ତଥ୍ୟ ଅନୁସାରେ ରାଜ୍ୟରେ ବର୍ତ୍ତମାନ ୨୯୦୦ରୁ ଅଧିକ ଲୋକ ପଶ୍ଚିମବଙ୍ଗ ଫେରନ୍ତା ଅଛନ୍ତି। ଏଥିରେ ଯାଜପୁରରେ ୭୦୦ରୁ ଅଧିକ ଲୋକ ଅଛନ୍ତି। ଏବେ ସେମାନଙ୍କୁ ଉଦ୍ଧାର କରି କ୍ୱାରେଣ୍ଟାଇନ୍‌ରେ ରଖିବା ଜିଲ୍ଲା ପ୍ରଶାସନ ପାଇଁ ମୁଣ୍ଡ ବ୍ୟଥାର କାରଣ ସାଜିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story