୨୫ରୁ ଝାରସୁଗୁଡ଼ା ବିମାନବନ୍ଦରରୁ ଉଡ଼ିବ ବିମାନ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମେ’ ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ବିମାନ ସେବା ଆରମ୍ଭ ହେବ। ଏଠାରୁ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ମଧ୍ୟ ଆରମ୍ଭ ହୋଇଯାଇଛି।  ଏହି ବିମାନ ବନ୍ଦରରୁ Spicejet ପକ୍ଷରୁ ନୂଆଦିଲ୍ଲୀ, କୋଲକାତା, ହାଇଦ୍ରାବାଦ ଏବଂ Alliance Air ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ୨୫ ତାରିଖରୁ ବିମାନ ଚାଲିବ। ଏଠାରୁ […]

jharsuguda-

Niharika Rout
  • Published: Saturday, 23 May 2020
  • , Updated: 23 May 2020, 02:32 PM IST

ଝାରସୁଗୁଡ଼ା(ଭାଗିରଥୀ ସାହୁ): ମେ’ ୨୫ ତାରିଖରୁ ଦେଶରେ ଘରୋଇ ବିମାନ ସେବା ଆରମ୍ଭ ହେବାକୁ ଯାଉଛି। ଏହି କ୍ରମରେ ଝାରସୁଗୁଡ଼ାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ମଧ୍ୟ ବିମାନ ସେବା ଆରମ୍ଭ ହେବ। ଏଠାରୁ ଦେଶର ବିଭିନ୍ନ ସ୍ଥାନକୁ ବିମାନ ଯାତ୍ରା ନେଇ ଟିକେଟ୍‌ ବୁକିଂ ମଧ୍ୟ ଆରମ୍ଭ ହୋଇଯାଇଛି। 

ଏହି ବିମାନ ବନ୍ଦରରୁ Spicejet ପକ୍ଷରୁ ନୂଆଦିଲ୍ଲୀ, କୋଲକାତା, ହାଇଦ୍ରାବାଦ ଏବଂ Alliance Air ପକ୍ଷରୁ ଭୁବନେଶ୍ୱର ଓ କୋଲକାତାକୁ ୨୫ ତାରିଖରୁ ବିମାନ ଚାଲିବ। ଏଠାରୁ ବିମାନ ଉଡ଼ାଣ ନେଇ ଏକ ସମୀକ୍ଷା ବୈଠକ ବସିଥିଲା। ଏଥିରେ ଜିଲ୍ଲାପାଳ, ଏସ୍‌ପି, ବିମାନବନ୍ଦରର ନିର୍ଦ୍ଦେଶକ, ଜିଲ୍ଲା ଚିକିତ୍ସାଧିକାରୀ ଓ ଅନ୍ୟ ବିଭାଗର ଅଧିକାରୀ ଉପସ୍ଥିତ ରହିଥିଲେ। 

 

 

Related story