କୋରାପୁଟ (ଓଡ଼ିଶା ରିପୋର୍ଟର): ଆସନ୍ତା ଜୁନ୍ ମାସରୁ କୋରାପୁଟ ଜିଲ୍ଲା ଜୟପୁର ଏୟାରଷ୍ଟ୍ରିପ୍ରୁ ଉଡ଼ିବ ବିମାନ। କୋରାପୁଟ ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି ବେସାମରିକ ବିମାନ ଚଳାଚଳ ଯୁଗ୍ମ ନିର୍ଦ୍ଦେଶକ ଉଷା ପାଢ଼ୀ।
ତାଙ୍କ ସୂଚନା ଅନୁଯାୟୀ, ଜୁନ୍ ପ୍ରଥମ ସପ୍ତାହରୁ ଜୟପୁର ଏୟାରଷ୍ଟ୍ରିପ୍ରୁ ବିମାନ ଉଡ଼ିବ। ୯ ସିଟ୍ ବିଶିଷ୍ଟ ବିମାନ ଏଠାରୁ ଯାତ୍ରା କରିବ। ଏଠାରୁ ଯାତ୍ରୀମାନେ ଭୁବନେଶ୍ୱର ଓ ବିଶାଖାପାଟଣାକୁ ଯାତ୍ରା କରିପାରିବେ। ଏଥିପାଇଁ ଯାତ୍ରୀଙ୍କଚ ସବ୍ସିଡି ମଧ୍ୟ ମିଳିବ ବୋଲି ସେ କହିଛନ୍ତି।
ସେହିପରି ଆଜି ଶ୍ରୀମତୀ ପାଢ଼ୀ କେନ୍ଦ୍ରୀୟ ପ୍ରଭାରୀ ଭାବେ ଆକାଂକ୍ଷା ଜିଲ୍ଲା କୋରାପୁଟର ନନ୍ଦପୁର ଓ ବୋରିଗୁମ୍ମା ବ୍ଲକର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସହ ମିଶନ ଶକ୍ତି ଦ୍ଵାରା ନିର୍ମାଣ ହୋଇଥିବା ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏହି ସମୟରେ ତାଙ୍କ ସହିତ କୋରାପୁଟ ଜିଲ୍ଲାପାଳ ଅବଦୁଲ ମହମ୍ମଦ ଆକ୍ତାର ଓ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ଏବଂ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।