Advertisment

ଭୁବନେଶ୍ୱରକୁ ବାତିଲ ହେଲା ବିମାନ ସେବା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ୟାସ’ ଏବେ ଅତି ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ସମସ୍ତ ବିମାନ ସେବାକୁ ଅସ୍ଥାୟୀ ଭାବେ ବାତିଲ କରିଛନ୍ତି। ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ଆଜି ରାତି ୯ଟା ୨୭ମିନିଟରେ ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗର ‘ବାତ୍ୟା ୟାସ’କୁ ନେଇଇ […]

ଅଦ୍ୟତନ ହୋଇଛି
ଭୁବନେଶ୍ୱରକୁ ବାତିଲ ହେଲା ବିମାନ ସେବା

bbsr-airport

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ୟାସ’ ଏବେ ଅତି ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଥିବାବେଳେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ସମସ୍ତ ବିମାନ ସେବାକୁ ଅସ୍ଥାୟୀ ଭାବେ ବାତିଲ କରିଛନ୍ତି।

Advertisment

ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର କର୍ତ୍ତୃପକ୍ଷ ଆଜି ରାତି ୯ଟା ୨୭ମିନିଟରେ ଏନେଇ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇ କହିଛନ୍ତି ଯେ, ଭାରତୀୟ ପାଣିପାଗ ବିଭାଗର ‘ବାତ୍ୟା ୟାସ’କୁ ନେଇଇ ସର୍ତକ ସୂଚନାକୁ ଦୃଷ୍ଟିରେ ରଖି ଆଜି ରାତି ୧୧ଟାରୁ ୨୭ତାରିଖ ସକାଳ ୫ଟା ପର୍ଯ୍ୟନ୍ତ ସମସ୍ତ ବିମାନ ସେବାକୁ ବାତିଲ କରାଯାଇଛି ।

ବାତ୍ୟା ୟାସ୍‌ ସମ୍ବନ୍ଧୀୟ ଲାଇଭ୍‌ ଅପଡେଟ୍ ପାଇଁ କ୍ଲିକ କରନ୍ତୁ

ଏହି ସମୟ ମଧ୍ୟରେ ଭୁବନେଶ୍ୱର ବିମାନ ବନ୍ଦରରୁ କୌଣସି ବିମାନ ଉଡ଼ାଣ କି ଅବତରଣ କରିପାରିବ ନାହିଁ ବୋଲି ବିମାନ ବନ୍ଦର କର୍ତ୍ତୃପକ୍ଷ ଟ୍ୱିଟ୍ ମାଧ୍ୟମରେ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ଆଜି ରାତିରୁ ଭୁବନେଶ୍ୱରରେ ପବନର ବେଗ କ୍ରମଶଃ ବୃଦ୍ଧି ପାଇବାରେ ଲାଗିଛି।

Advertisment
Cyclone Yaas
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe