୫ ଜିଲ୍ଲାର ବନ୍ୟା ବିପନ୍ନଙ୍କୁ ମିଳିବ ୧୫ ଦିନ ରିଲିଫ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଂଚଳ ଅନୁଧ୍ୟାନ କରିବା ସହ ବନ୍ୟା ବିପନ୍ନଙ୍କୁ ୧୫ଦିନ ରିଲିଫ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ୫ଟି ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବନ୍ୟା ଜଳ ପ୍ରବେଶ କରିଥିବା ଗାଁ ଲୋକଙ୍କୁ ୧୫ଦିନ ରିଲିଫ ସହାୟତା ମିଳିବ । ସେହିପରି ଅନ୍ୟ ୫ଟି ଜିଲ୍ଲା-ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳରେ […]

Flood

Flood

Ordigital Desk
  • Published: Thursday, 18 August 2022
  • Updated: 18 August 2022, 07:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ବନ୍ୟା ପରିସ୍ଥିତି ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶମାର୍ଗରୁ ବନ୍ୟା ପ୍ରଭାବିତ ଅଂଚଳ ଅନୁଧ୍ୟାନ କରିବା ସହ ବନ୍ୟା ବିପନ୍ନଙ୍କୁ ୧୫ଦିନ ରିଲିଫ ସହାୟତା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ୫ଟି ଜିଲ୍ଲା ଖୋର୍ଦ୍ଧା, ପୁରୀ, କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ବନ୍ୟା ଜଳ ପ୍ରବେଶ କରିଥିବା ଗାଁ ଲୋକଙ୍କୁ ୧୫ଦିନ ରିଲିଫ ସହାୟତା ମିଳିବ । ସେହିପରି ଅନ୍ୟ ୫ଟି ଜିଲ୍ଲା-ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ ଓ ଅନୁଗୁଳରେ ପାଣି ପଶିଥିବା ଗାଁ ଲୋକଙ୍କୁ ୭ଦିନ ରିଲିଫ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେବା ସହ ପାଣି ଛାଡ଼ିବାର ୭ଦିନ ମଧ୍ୟରେ ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଆକାଶମାର୍ଗରୁ କେନ୍ଦ୍ରାପଡ଼ା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଂଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଂଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡ଼ା, ଅସ୍ତରଙ୍ଗ, ଡେଲାଙ୍ଗ, ପିପିଲ, କଣାସର ତଳିଆ ଅଂଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ । ବନ୍ୟାରେ ବ୍ୟାପକ ଅଂଚଳ ଜଳମଗ୍ନ ହେବା ସହ ଅନେକ ଚାଷ ଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି ।

ବନ୍ୟାଂଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କ୍ଷତିଗ୍ରସ୍ତ ଅଂଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି । ପାଣି ଛାଡ଼ିବାର ୭ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ କରିବା ସହ ତା’ର ୧୫ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇ ଦେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରଭାବିତ ଅଂଚଳରେ ସମସ୍ତ ପ୍ରକାରର ସହାୟତା ଯଥା- ରିଲିଫ ଓ ରନ୍ଧା ଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟ ଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହ ପ୍ରଭାବିତ ଗୋରୁଗାଈମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos