Advertisment

ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ମିଳିବ ୫୦୦ଟଙ୍କା ଓ ୫୦କେଜି ଚାଉଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ୫୦୦ଟଙ୍କା ଓ ୫୦କେଜି ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ପଲିଥିନ ସିଟ୍ ସହ ଏସଡିଆରଏଫ ନିୟମ ଅନୁସାରେ ଘରଭଙ୍ଗା ଓ ଅନ୍ୟାନ୍ୟ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ବନ୍ୟାଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରି ଫେରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକରେ ପରିସ୍ଥିତିର ସମୀକ୍ଷା […]

ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ମିଳିବ ୫୦୦ଟଙ୍କା ଓ ୫୦କେଜି ଚାଉଳ

sahayata

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ତୁରନ୍ତ ୫୦୦ଟଙ୍କା ଓ ୫୦କେଜି ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ପଲିଥିନ ସିଟ୍ ସହ ଏସଡିଆରଏଫ ନିୟମ ଅନୁସାରେ ଘରଭଙ୍ଗା ଓ ଅନ୍ୟାନ୍ୟ ସହାୟତା ଯୋଗାଇବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Advertisment

ରାଜ୍ୟର ବନ୍ୟାଞ୍ଚଳକୁ ଆକାଶମାର୍ଗରୁ ପରିଦର୍ଶନ କରି ଫେରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକ ଉଚ୍ଚସ୍ତରୀୟ ବୈଠକରେ ପରିସ୍ଥିତିର ସମୀକ୍ଷା କରିଥିଲେ। ଏହାସହିତ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ମଧ୍ୟ ଅବଗତ ହୋଇଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବନ୍ୟାରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଅନେକ ଗାଁରେ ବନ୍ୟାଜଳ ପଶିଥିବାବେଳେ ଚାଷଜମି ଜଳମଗ୍ନ ହୋଇ ରହିଛି। ଯୋଗାଯୋଗ ବିଚ୍ଛିନ୍ନ ହୋଇଛି ଓ କେତେକ ସ୍ଥାନରେ ଘର ଭାଙ୍ଗିଛି।

Advertisment

ସରକାରୀ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି। ମୁଖ୍ୟମନ୍ତ୍ରୀ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଲୋକଙ୍କ ନିମନ୍ତେ ପ୍ରଶାସନକୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ ବନ୍ୟା ଯୋଗୁ ସ୍ଥାନାନ୍ତର ହୋଇଥିବା ସମସ୍ତ ଲୋକ ଆଶ୍ରୟସ୍ଥଳରେ ରହିଥିବା ପର୍ଯ୍ୟନ୍ତ ସେମାନଙ୍କୁ ରନ୍ଧା ଓ ଶୁଖିଲା ଖାଦ୍ୟ ଯୋଗାଇ ଦିଆଯିବ। ଗୁରୁତର ଭାବେ କ୍ଷତିଗ୍ରସ୍ତ ବା ଜଳବନ୍ଦୀ ଗାଁର ପ୍ରତି ପରିବାରକୁ ୫୦କେଜି ଚାଉଳ ଓ ୫୦୦ଟଙ୍କା ତୁରନ୍ତ ଯୋଗାଇ ଦିଆଯିବ। ଘର ଭାଙ୍ଗିଥିବା ପ୍ରତି ଯୋଗ୍ୟ ପରିବାରକୁ ଗୋଟିଏ ପଲିଥିନ ସିଟ୍ ମଧ୍ୟ ମିଳିବ। ଏସଡିଆରଏଫ ନିୟମ ଅନୁସାରେ ଘରଭଙ୍ଗା ସହାୟତା ଦିଆଯିବ ୧୫ଦିନ ମଧ୍ୟରେ ଜିଲ୍ଲାପାଳମାନେ ଘରଭଙ୍ଗା କ୍ଷୟକ୍ଷତି ଆକଳନ କରିବେ ଓ ପରବର୍ତ୍ତୀ ଏକ ସପ୍ତାହରେ ସହାୟତା ଦିଆଯିବ। ଏସଡିଆରଏଫ ନିୟମ ଅନୁସାରେ କ୍ଷତିଗ୍ରସ୍ତଙ୍କୁ ଲୁଗାପଟା,ବାସନକୁସ. ଦୁଗ୍ଦଚାଷୀଙ୍କୁ ଗୋଖାଦ୍ୟ, ପଶୁପକ୍ଷୀଙ୍କୁ ମାଗଣାରେ ଚିକିତ୍ସା ଓ ଟୀକା ଯୋଗାଇ ଦିଆଯିବ। କ୍ଷତିଗ୍ରସ୍ତ ଅଂଚଳରେ ମାଗଣାରେ ପଶୁ ଚିକିତ୍ସା ଶିବିର ଖୋଲାଯାଇ ପଶୁପକ୍ଷୀଙ୍କ ଚିକିତ୍ସା କରାଯିବ।

ଏହି ସମୀକ୍ଷା ବୈଠକବେଳେ ରାଜ୍ୟର ୨୦ଟି ଜିଲ୍ଲାର ୧୧୦ଟି ବ୍ଲକ, ୩୯୯୦ଟି ଗାଁ ଓ ୨୧ଟି ପୌରାଞ୍ଚଳ କ୍ଷତିଗ୍ରସ୍ତ ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିଲା। ବିଭିନ୍ନ ସ୍ଥାନରେ ୩୬ଟି ଛୋଟ ଓ ଗୋଟିଏ ବଡ଼ ଘାଇ ହୋଇଛି। ହୀରାକୁଦରେ ଜଳପ୍ରବାହ କମିଥିବାରୁ ପରିସ୍ଥିତିରେ ଖୁବଶୀଘ୍ର ସୁଧାର ଆସିବ ବୋଲି ସରକାର ଆଶାବ୍ୟକ୍ତ କରିଛନ୍ତି। ଏହି ବୈଠକରେ ଅତିରିକ୍ତ ମୁଖ୍ୟ ସଚିତ ତଥା ଏସଆରସି ପ୍ରଦୀପ କୁମାର ଜେନା ରାଜ୍ୟର ସାମ୍ପ୍ରତିକ ବନ୍ୟା ପରିସ୍ଥିତି, ଉଦ୍ଧାର ଓ ସହାୟତା ଆଦି ସମ୍ପର୍କରେ ତଥ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe