କଟକ(ଓଡ଼ିଶା ରିପୋର୍ଟର): ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଲଗାଣ ବର୍ଷା ହେବା ପରେ ସବୁ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ମହାନଦୀର ଉପନଦୀରେ ଆସିଥିବା ବନ୍ୟାଜଳ ଏବେ ମହାନଦୀରେ ପ୍ରବାହିତ ହେଉଛି। ଗତ ରାତି ୧୨ଟାରୁ ବନ୍ୟାଜଳ ମୁଣ୍ଡଳି ଅତିକ୍ରମ କରୁଛି। ଏହା ମଧ୍ୟମ ଧରଣର ବନ୍ୟା ସୃଷ୍ଚି କରିପାରେ ବୋଲି ଆଶଙ୍କା କରାଯାଉଛି।
ସୂଚନା ଅନୁସାରେ ଆଜି ସକାଳ ୬ଟା ସୁଦ୍ଧା ମୁଣ୍ଡଳିରେ ସର୍ବାଧିକ ୯ଲକ୍ଷ ୫ହଜାର ୯୪୨ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ସେହିପରି ନରାଜରେ ୫ଲକ୍ଷ ୧୭ହଜାର ୨୧୫ କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ତେବେ ଏହି ବନ୍ୟାରେ ବିଶେଷ କ୍ଷୟକ୍ଷତି ହେବ ନାହିଁ ବୋଲି ସରକାର ସ୍ପଷ୍ଟ କରିଛନ୍ତି।
ଚଳିତ ବନ୍ୟାରେ ପ୍ରାୟ ୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି ଏବଂ ୫୦ ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି। ସ୍ଥିତି ମୁକାବିଲା ପାଇଁ ୧୫ ଓଡ୍ରାଫ, ୩ NDRF ଟିମ୍ ଏବଂ ଅଗ୍ନିଶମ ବାହିନୀକୁ ମୁତୟନ ରଖାଯାଇଥିବା ଏସଆରସି କହିଛନ୍ତି। ତେବେ ମହାନଦୀରେ ପ୍ରବାହିତ ବନ୍ୟାଜଳକୁ ନେଇ ଭୟଭୀତ ନ ହେବାକୁ ପ୍ରଶାସନ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।