ମନ୍ତ୍ରୀ ମାନିଲେ, ଖାଦ୍ୟ ସାମଗ୍ରୀର ଦର ବଢ଼ିଛି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ କିଛି ବର୍ଷ ହେବ ଅତ୍ୟାବଶକ ଖାଦ୍ୟ ସାମଗ୍ରୀର ଦର ବଢ଼ିଛି । ଦର ବୃଦ୍ଧିକୁ ଆଜି ଗୃହରେ ସ୍ୱୀକାର କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଡାଲି, ଖାଇବା ତେଲ, ଆଳୁ ଓ ପିଆଜ ଦର ବଢ଼ିଛି । ଖାଲି ରାଜ୍ୟର ନୁହେଁ ଏହା ଜାତୀୟ ସ୍ତରର ସମସ୍ୟା । ତେଣୁ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପଦକ୍ଷେପ […]

raja-1-1

Niharika Rout
  • Published: Wednesday, 20 November 2019
  • , Updated: 20 November 2019, 01:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଗତ କିଛି ବର୍ଷ ହେବ ଅତ୍ୟାବଶକ ଖାଦ୍ୟ ସାମଗ୍ରୀର ଦର ବଢ଼ିଛି । ଦର ବୃଦ୍ଧିକୁ ଆଜି ଗୃହରେ ସ୍ୱୀକାର କରିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଡାଲି, ଖାଇବା ତେଲ, ଆଳୁ ଓ ପିଆଜ ଦର ବଢ଼ିଛି । ଖାଲି ରାଜ୍ୟର ନୁହେଁ ଏହା ଜାତୀୟ ସ୍ତରର ସମସ୍ୟା । ତେଣୁ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପଦକ୍ଷେପ ନିଆଯାଉଛି ବୋଲି କହିଛନ୍ତି ମନ୍ତ୍ରୀ ସ୍ୱାଇଁ।

ଅପରପକ୍ଷେ ସେ କହିଛନ୍ତି, ମୁଖ୍ୟତଃ ଚାଉଳ ବ୍ୟତୀତ ଅନ୍ୟ ସବୁ ସାମଗ୍ରୀ ବାହାର ରାଜ୍ୟରୁ ଆମଦାନୀ ହେଉଛି । ତେଣୁ ପରିବହନ ଓ ଅନ୍ୟ ରାଜ୍ୟରେ ଦର ବଢ଼ିବା ଯୋଗୁଁ ଏହାର ପ୍ରଭାବ ଓଡ଼ିଶାରେ ପଡ଼ୁଛି । ସେହିପରି ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ଉ କରାଯାଇ ମହଜୁଦକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହାସହ କେନ୍ଦ୍ର ସହ ସମନ୍ୱୟ ରଖି ୧୦୦ କୋଟିର ଏକ ପାଣ୍ଠି ଗଠନ କରାଯାଇଥିବା ମନ୍ତ୍ରୀ ଗୃହରେ ସୂଚନା ଦେଇଛନ୍ତି ।

Related story