ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିରୋଧୀ ଦଳ ନେତା ତଥା ବରିଷ୍ଠ ବିଜେପି ନେତା ପ୍ରଦୀପ୍ତ ନାୟକ ଦ୍ୱିତୀୟ ଥର ପାଇଁ କରୋନା ଆକ୍ରାନ୍ତ ହୋଇଛନ୍ତି। ତାଙ୍କର କୋଭିଡ୍ ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଆଜି ସୂଚନା ଦେଇଛନ୍ତି ପ୍ରଦୀପ୍ତ । ଏହାସହ ଯେଉଁମାନେ ଗତ ୫ ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ନିଜ ନିଜର କରୋନା ଟେଷ୍ଟ କରାଇନେବା ସହ ଆବଶ୍ୟକ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରିବାକୁ ପ୍ରଦୀପ୍ତ କହିଛନ୍ତି। ପୂର୍ବରୁ ମଧ୍ୟ ପ୍ରଦୀପ୍ତ କରୋନା ଆକ୍ରାନ୍ତ ହୋଇଥିଲେ।
https://twitter.com/pradiptanaikbjp/status/1384012316341985280?s=20
ସେପଟେ ଆଜି କରୋନା ରେକର୍ଡ଼ ଭାଙ୍ଗିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୪୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ପଜିଟିଭ୍ ଚିହ୍ନଟ ହେବା ଦିନ ଠାରୁ ଗୋଟିଏ ଦିନରେ ଏତେ ସଂଖ୍ୟକ ଆକ୍ରାନ୍ତ କେବେ ଚିହ୍ନଟ ହୋଇ ନଥିଲେ। ଯାହାକୁ ନେଇ ଉଦ୍ବେଗ ପ୍ରକାଶ ପାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Science & Environment
ଆଜି ବର୍ଷର ସବୁଠାରୁ ଛୋଟ ଦିନ
ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ
Weather
ଅବପାତରେ ପରିଣତ ହେଲା ସୁଦୃଶ୍ୟ ଲଘୁଚାପ; ଆଜି ଏହି ସବୁ ଜିଲ୍ଲାରେ ଛେଚିବ
ଆସନ୍ତା ୨ ଦିନ ଯାଏଁ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନି ବୋଲି ସୂଚନା ଦେଇଛି ପାଣିପାଗ କେନ୍ଦ୍ର।
Miscellaneous
‘ମୋ ସ୍କୁଲ ଅଭିଯାନ’ର ନାଁ ବଦଳିଲା: ଅଧ୍ୟକ୍ଷ ରହିବେ ମୁଖ୍ୟ ସଚିବ, ମିଳିବ ସର୍ବାଧିକ ୫୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମ୍ୟାଚିଂ ଫଣ୍ଡ
‘ମୋ ସ୍କୁଲ ଅଭିଯାନ’ର ନାମ ପରିବର୍ତ୍ତନ କରି ‘ପଂଚସଖା ଶିକ୍ଷା ସେତୁ’ ରଖିଛନ୍ତି ବିଜେପି ସରକାର। ଏହାକୁ ରାଜନୈତିକ ପ୍ରଭାବରୁ ମୁକ୍ତ ରଖିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ।
Science & Environment
ପଶ୍ଚିମବଙ୍ଗ ପଳାଇଲା ବାଘୁଣୀ ଜିନ୍ନତ!
ଝାଡ଼ଖଣ୍ଡରୁ ଶିମିଳିପାଳ ନଫେରି ପଶ୍ଚିମବଙ୍ଗ ଗଲା ଜିନ୍ନତ।
Miscellaneous
ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ: କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପାଖରେ ୮ଟି ଦାବି ରଖିଲା ଓଡ଼ିଶା
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ପ୍ରାକ୍ ବଜେଟ୍ ପରାମର୍ଶ ବୈଠକ। ୨୦୨୫-୨୬ ଆର୍ଥିକବର୍ଷର କେନ୍ଦ୍ରୀୟ ବଜେଟରେ ଓଡ଼ିଶାକୁ ଅଧିକ ପାଣ୍ଠି ଆବଂଟନ ପାଇଁ ଦାବି ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।