ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ। ହେଲେ ଆସନ୍ତା ୧ ତାରିଖ ବେଳକୁ ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ କଳାହାଣ୍ଡି, କନ୍ଧମାଳ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଡ୍ୟୁଟି ଅଫିସର ଚରଣ ବେହେରା କହିଛନ୍ତି।
ସେ କହିଛନ୍ତି,“ ଆସନ୍ତା ଦୁଇ ଦିନ ମଧ୍ୟରେ ଆଭ୍ୟନ୍ତରୀଣ ଉତ୍ତର ଓଡ଼ିଶାରେ ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ। ଏହା ପ୍ରଭାବରେ ଅଳ୍ପ ଶୀତ ଅନୁଭୂତ ହେବ। ଆସନ୍ତା ୨୪ ଘଣ୍ଟା ଭିତରେ କଳାହାଣ୍ଡି, କନ୍ଧମାଳ, ଅନୁଗୋଳ,ସୁନ୍ଦରଗଡ଼,ଢେଙ୍କାନାଳ, ଯାଜପୁର, ଭଦ୍ରକ, ଓ କେନ୍ଦୁଝର ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବା ନେଇ ସତର୍କ ସୂଚନା ଜାରି କରାଯାଇଛି।”
ତେବେ ଟ୍ରପ୍ ଲାଇନ୍ ପ୍ରଭାବରେ ଗତକାଲି ବାଲେଶ୍ୱରରେ ୧୬ ମିମି, ବାରିପଦାରେ ୧୬ ମିମି, ରାୟଗଡ଼ାରେ ୧୩.୨ ମିମି, ପାରାଦୀପରେ ୮.୪ ମିମି ଓ ଚାନ୍ଦବାଲିରେ ୯.୨ ମିମି ବର୍ଷା ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।