ଯାଜପୁର(ଅଭୟ ପତି): ଯାଜପୁର ଜିଲ୍ଲା ନଗଡ଼ାରେ ବନ ବିଭାଗ ପକ୍ଷରୁ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦିଆଯାଇଛି। ନାଲିଆଡ଼ାବ, ଉପର ନଗଡ଼ା ଓ ତଳ ନଗଡ଼ାର ଲୋକଙ୍କୁ ଭିଏସ୍ଏସ୍ ଯୋଜନାରେ କାମ ଦିଆଯାଇଛି। ପ୍ରଥମ ପର୍ଯ୍ୟାୟରେ ବନ ବିଭାଗ ପକ୍ଷରୁ ୭ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ସେମାନେ ଜଙ୍ଗଲକୁ ସୁରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଛି। ପରବର୍ତ୍ତୀ ସମୟରେ ଏଠାକାର ଆହୁରି ଅନେକ ଲୋକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଫରେଷ୍ଟ ରେଞ୍ଜର କହିଛନ୍ତି।
ବନ ବିଭାଗରେ ନିଯୁକ୍ତି ପାଇଥିବା ଜଣେ ନଗଡ଼ାବାସୀ କହିଛନ୍ତି, “ପୂର୍ବରୁ ଆମେ ବହୁତ କଷ୍ଟରେ ରହୁଥୁଲୁ। ବନ ବିଭାଗ ପକ୍ଷରୁ ଚାକିରି ମିଳିବା ପରେ ପରିବାର ସହ ଭଲରେ ଚଳୁଛୁ।”
ସୁକିନ୍ଦା ରେଞ୍ଜର ବିପିନ ବିହାରୀ ରାଉତରାୟ କହିଛନ୍ତି, “ଦକ୍ଷତା ଅନୁସାରେ ଆମେ ସାତ ଜଣଙ୍କୁ ନିଯୁକ୍ତି ଦେଇଛୁ। ଆଗକୁ ବିଭାଗ ପକ୍ଷରୁ ଅନେକ ଯୋଜନା ରହିଛି। ଏହି ଯୋଜନା ଆମେ ଲୋକଙ୍କୁ ନିଯୁକ୍ତି ଦେବୁ। ଏବେ ଭିଏସ୍ଏସ୍ ଯୋଜନା ମାଧ୍ୟମରେ ଗାଁର ପ୍ରତ୍ୟେକ ଲୋକଙ୍କୁ ସଂପୃକ୍ତ କରାଇବାକୁ ଚେଷ୍ଟା କରୁଛୁ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।