କଟକ (ଓଡ଼ିଶା ରିପୋର୍ଟର): ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ବିଧିବଦ୍ଧ ଭାବେ ଏତଲା ଦାଏର ହୋଇଛି। ମାଧ୍ୟମିକ ଶିକ୍ଷା ପରିଷଦ ସଭାପତି ଜାହାନ ଆରା ବେଗମ୍ ଏନେଇ ମଙ୍ଗଳାବାଗ ଥାନାରେ ଏତଲା ଦେଛନ୍ତି। ଗତ ୧୬ ତାରିଖରେ ପ୍ରଶ୍ନପତ୍ର ଲିକ୍ ପରେ ପରୀକ୍ଷା ବାତିଲ୍ ହୋଇଥିଲା।
୧୬ ତାରିଖରୁ ପ୍ରଶ୍ନପତ୍ର ଲିକ୍ ହୋଇଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ଏତଲା ନଯିବାରୁ ତଦନ୍ତକୁ ନେଇ ପ୍ରଶ୍ନ ଉଠିଥିଲା।
ପ୍ରଶ୍ନପତ୍ର ଲିକ୍ ହେବା ପରେ ବୋର୍ଡ ପକ୍ଷରୁ କୁହାଯାଇଥିଲା ଯେ, ଏହାର କ୍ରାଇମବ୍ରାଞ୍ଚ ତଦନ୍ତ ହେବ। କିନ୍ତୁ ବୋର୍ଡ କେବଳ ଚିଠି ପଠାଇଛି, ସେ ଚିଠି ଆମେ ପାଇଛୁ। ବିଧିବଦ୍ଧ ଏତଲା ପାଇଁ ବୋର୍ଡକୁ ପରାମର୍ଶ ଦିଆଯାଇଛି। ଏତଲା ପରେ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଥିଲେ କ୍ରାଇମବ୍ରାଞ୍ଚ ଏଡିଜି ସନ୍ତୋଷ ଉପାଧ୍ୟାୟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ଜାଲରେ ଡେପୁଟି ଜେନେରାଲ୍ ମ୍ୟାନେଜର୍; ୪ଟି ସ୍ଥାନରେ ଚଢ଼ାଉ
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।