Advertisment

ଆସୁଛି ୨ଟି ଲଘୁଚାପ, ୫ରୁ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଶ୍ରୀ ଦାସଙ୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ […]

ଅଦ୍ୟତନ ହୋଇଛି
୫ରୁ ପ୍ରବଳ ଛେଚିବ, ସତର୍କ କଲା ପାଣିପାଗ ବିଭାଗ

Rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୨ ସପ୍ତାହ ମଧ୍ୟରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର  ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

Advertisment

ଶ୍ରୀ ଦାସଙ୍କ ସୂଚନା ଅନୁସାରେ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପ୍ରଥମ ଲଘୁଚାପଟି ଆସନ୍ତା ୮ ତାରିଖ ମଧ୍ୟରେ ସୃଷ୍ଟି ହୋଇପାରେ। ଦ୍ୱିତୀୟ ଲଘୁଚାପଟି ସେପ୍ଟେମ୍ବର ୯ରୁ ୧୫ ତାରିଖ ମଧ୍ୟରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ରାଜ୍ୟରେ ଆସନ୍ତା ୫ ତାରିଖରୁ ବର୍ଷା ପରିମାଣ ବଢ଼ିବାର ସମ୍ଭାବନା ରହିଛି।

ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସେଥିପାଇଁ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଆଜି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବ। ସେହି ଜିଲ୍ଲା ଗୁଡ଼ିକ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ।

ସେହିପପରି ୩ ତାରିଖ ସକାଳ ସାଢ଼େ ୮ଟାରୁ ୪ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୧୭ଟି ଜିଲ୍ଲା- ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିଛି। ଏହା ପ୍ରଭାବରେ ଉଚ୍ଚ ତାପମାତ୍ରା ଏବଂ ଆର୍ଦ୍ରତା ପ୍ରଭାବରେ ଉପକୂଳ ସମେତ ବିଭିନ୍ନ ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକରେ ଗୁଳୁଗୁଳି ଜାରି ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି।

Weather Report Weather
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe