ପୂର୍ବତନ ସାଂସଦଙ୍କ ପୁଅ ଦୁର୍ଘଟଣାରେ ମୃତ

କଟକ(ଓଡ଼ିଶା ରିପୋର୍ଟର): କଟକ ତେଲେଙ୍ଗାପେଣ୍ଠ ଦୁର୍ଘଟଣାରେ ୩ ମୃତକଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ । ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରାଧନଙ୍କ ପୁଅ ଅଙ୍କୁର ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ପୁଲିସ୍‌ ସ୍ପଷ୍ଟ କରିଛି। ସୂଚନାଯୋଗ୍ୟ, ଆଜି ଭୋରରୁ ୧୬ ନମ୍ବର ଜାତୀୟ ରାଜପଥ କଟକ ତେଲେଙ୍ଗାପେଣ୍ଠ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା । ଭାରସାମ୍ୟ ହରାଇ ରାସ୍ତାକଡ଼ କେନାଲକୁ ଏକ ଜାଗୁଆର୍ କାର୍ ପଶି ଯାଇଥିଲା।  ଏହି […]

mp-car

mp-car

Niharika Rout
  • Published: Saturday, 17 October 2020
  • Updated: 17 October 2020, 12:59 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): କଟକ ତେଲେଙ୍ଗାପେଣ୍ଠ ଦୁର୍ଘଟଣାରେ ୩ ମୃତକଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ସାଂସଦ ଅମର ପ୍ରଧାନଙ୍କ ପୁଅ ଅଙ୍କୁର ପ୍ରଧାନ । ସମ୍ବଲପୁରର ପୂର୍ବତନ ସାଂସଦ ଅମର ପ୍ରାଧନଙ୍କ ପୁଅ ଅଙ୍କୁର ପ୍ରଧାନଙ୍କ ମୃତ୍ୟୁ ହୋଇଥିବା ପୁଲିସ୍‌ ସ୍ପଷ୍ଟ କରିଛି।

ସୂଚନାଯୋଗ୍ୟ, ଆଜି ଭୋରରୁ ୧୬ ନମ୍ବର ଜାତୀୟ ରାଜପଥ କଟକ ତେଲେଙ୍ଗାପେଣ୍ଠ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଥିଲା । ଭାରସାମ୍ୟ ହରାଇ ରାସ୍ତାକଡ଼ କେନାଲକୁ ଏକ ଜାଗୁଆର୍ କାର୍ ପଶି ଯାଇଥିଲା।  ଏହି ଦୁର୍ଘଟଣାରେ ୩ ଜଣଙ୍କ ମୃତ୍ୟୁ ହୋଇଛି।

କାର୍‌ଟି ରାତି ପ୍ରାୟ ୩ଟାରେ  କଟକ ଆଡୁ ଭୁବନେଶ୍ୱର ଅଭିମୁଖେ ଦ୍ରୁତ ଗତିରେ ଯାଉଥିଲା।  ତେବେ  ତେଲେଙ୍ଗା ପେଣ୍ଠ ନିକଟରେ ଗାଡ଼ିଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଛୋଟ କେନାଲ ଭିତରକୁ ଖସିପଡିଥିଲା । ଗାଡିଟି ପାଣିରେ ବୁଡି ରହିଥିବା ବେଳେ ପୁଲିସ୍‌ ପହଞ୍ଚି ଗାଡିରେ ଥିବା ୩ଜଣଙ୍କୁ ଉଦ୍ଧାର କରି କଟକ ବଡ ମେଡିକାଲରେ ଭର୍ତ୍ତି କରିଥିଲା ।

ଅଧିକ ପଢନ୍ତୁ: ମକଦ୍ଦମା ଧମକ ପରେ ଅପରାଜିତାଙ୍କ ଅଫିସ୍‌‌ ଖୋଲିଦେଲା ବିଏମ୍‌ସି

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos