ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଚାଲିଛି। ଆଜି ଯୁକ୍ତ ୨ ପରୀକ୍ଷାର ଦ୍ୱିତୀୟ ଦିନରେ ମାତୃଭାଷା ଓଡ଼ିଆ ପରୀକ୍ଷା ଥିଲା। ଯେଉଁଥିରେ କପି କରି ଧରା ପଡ଼ିଛନ୍ତି ୪୧ ଜଣ ପରୀକ୍ଷାର୍ଥୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଡେପୁଟି କଣ୍ଟ୍ରୋଲର ପି.କେ.ଦାଶ ଏହି ସୂଚନା ଦେଇଛନ୍ତି।
ଚଳିତବର୍ଷ ୧,୧୪୩ ଟି ପରୀକ୍ଷା କେନ୍ଦ୍ରରେ ସାଢ଼େ ୩ ଲକ୍ଷରୁ ଅଧିକ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
ସେପଟେ ସମ୍ବଲପୁର ଯମୁନା ଦେବୀ ଘରୋଇ କଲେଜର ୪୦ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଅନ୍ଧାରକୁ ଠେଲି ହୋଇଯାଇଛି। କାରଣ କଲେଜରୁ ଆଡମିଟ୍ କାର୍ଡ ନ ମିଳିବାରୁ ପିଲା ଏଥର ପରୀକ୍ଷା ଦେଇପାରି ନାହାନ୍ତି। କଲେଜରେ ୬ ମାସ ହେବ ତାଲା ଝୁଲୁଥିବା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ସମ୍ବଲପୁର ଜୋନ୍ ଉପ ସମ୍ପାଦକ କହିଛନ୍ତି, ଏହା ଏକ ନକଲି କଲେଜ। ତେଣୁ ବନ୍ଦ ହୋଇଯାଇଥିବାରୁ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିନାହାନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।
Crime
ବୈକୁଣ୍ଠଧାମ ଆଶ୍ରମରେ ଚାଲୁଥିଲା ଯୌନ ଉତ୍ପୀଡନ!
ଅଭିଯୋଗ ଅନୁସାରେ ଥରେ ଲୀନାଙ୍କୁ ଫୋନ୍ କରୁଥିବା ଆଶ୍ରମର ବାବା କ୍ରିଷ୍ଣ ମାଧବଙ୍କ ସହ ଯୋଗାଯୋଗ କରିଥିଲେ ଜିତେନ। ଏଥିପାଇଁ ସେ ୨,୦୦,୦୦୦ ଟଙ୍କା ମାଗିଲା। ୨,୦୦,୦୦୦ ଟଙ୍କା ଦେଲେ ଲୀନାଙ୍କୁ ଛାଡ଼ିଦେବି ବୋଲି କ୍ରିଷ୍ଣା କହିଥିଲେ।
Miscellaneous
୨୯ ଅପରାହ୍ନରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ
ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ, ରାଜଭବନ ପର୍ଯ୍ୟନ୍ତ ରୋଡ୍ ସୋ। ଦଳୀୟ ସାଂସଦ, ମନ୍ତ୍ରୀ, ବିଧାୟକ ଓ ବରିଷ୍ଠ ପଦାଧିକାରୀଙ୍କୁ ଦେବେ ଗୁରୁମନ୍ତ୍ର।
Miscellaneous
ଜାନୁଆରୀ ୫ରୁ ଆଦିବାସୀ ମେଳା, ପ୍ରବାସୀ ବି ଦେଖିବେ ଓଡ଼ିଶାର ଆଦିବାସୀ ସଂସ୍କୃତି
ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଛନ୍ତି। ଆଦିବାସୀଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଛନ୍ତି ସରକାର।