Advertisment

ବକୁଳବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ପୁରୀ ସତ୍ୟବାଦୀ ବକୁଳ ବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ପଞ୍ଚସଖାଙ୍କ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ବକୁଳବନକୁ ଯାଇ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି। ସେ କହିଛନ୍ତି-“ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଲକ୍ଷ୍ୟରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଉଛି। ଓଡ଼ିଆ ଭାଷାର ପ୍ରଚାର ପ୍ରସାର, ଭାଷାର ବିବର୍ତ୍ତନ ଉପରେ […]

ବକୁଳବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ

bjd-leader

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ପୁରୀ ସତ୍ୟବାଦୀ ବକୁଳ ବନରେ ଓଡ଼ିଆ ବିଶ୍ୱବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଥମେ ପଞ୍ଚସଖାଙ୍କ ନିକଟରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ବକୁଳବନକୁ ଯାଇ ଓଡ଼ିଆ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିଛନ୍ତି।

Advertisment

ସେ କହିଛନ୍ତି-“ଓଡ଼ିଆ ଭାଷାକୁ ସମୃଦ୍ଧ କରିବା ଲକ୍ଷ୍ୟରେ ଏହି ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା କରାଯାଉଛି। ଓଡ଼ିଆ ଭାଷାର ପ୍ରଚାର ପ୍ରସାର, ଭାଷାର ବିବର୍ତ୍ତନ ଉପରେ ଗବେଷଣା ସହିତ ମୋଟାମୋଟି ଭାବେ ଓଡ଼ିଆ ଭାଷାର ବିକାଶ ଦିଗରେ ଏହି ବିଶ୍ୱବିଦ୍ୟାଳୟ ବହୁ ପଦକ୍ଷେପ ଗ୍ରହଣ କରିବ।”

ଓଡ଼ିଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଲାଗି ଗତ ବର୍ଷ ସେପ୍ଟେମ୍ବରରେ ରାଜ୍ୟ ସରକାର ଏକ ସ୍ୱତନ୍ତ୍ର ଆଇନ୍‌ ମଧ୍ୟ ପ୍ରଣୟନ କରିଥିଲେ। ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ସତ୍ୟବାଦୀରେ ୨୫ ଏକର ଜମି ମଧ୍ୟ ଯୋଗାଇ ଦିଆଯାଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe