Advertisment

ଓଡ଼ିଶାରେ ବଢ଼ିଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୪ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ବଢୁଛି କରୋନ ଭାଇରସ୍‌ର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍‌’ ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଓଡ଼ିଶାରେ ଆଉ ୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍‌ ସାଇନ୍ସ (ଆଇଏଲ୍‌ଏସ୍‌) ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଥିଲା ଆଇଏଲ୍‌ଏସ୍‌ ପକ୍ଷରୁ କୁହାଯାଇଛି। ସ୍ୱାସ୍ଥ୍ୟ ନିର୍ଦ୍ଦେଶକ […]

ଅଦ୍ୟତନ ହୋଇଛି
ଓଡ଼ିଶାରେ ବଢ଼ିଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଆଉ ୪ ଚିହ୍ନଟ

Omicron

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଧୀରେ ଧୀରେ ବଢୁଛି କରୋନ ଭାଇରସ୍‌ର ନୂଆ ଭ୍ୟାରିଆଣ୍ଟ ‘ଓମିକ୍ରନ୍‌’ ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ ଆଉ ୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି।

Advertisment

ଓଡ଼ିଶାରେ ଆଉ ୪ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ନେଇ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍‌ ସାଇନ୍ସ (ଆଇଏଲ୍‌ଏସ୍‌) ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଥିଲା ଆଇଏଲ୍‌ଏସ୍‌ ପକ୍ଷରୁ କୁହାଯାଇଛି।

ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ଏହି ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ନାଇଜେରିଆଓ ୨ ଜଣ ୟୁଏଇରୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଗଲେଣି। ନାଇଜେରିଆରୁ ଯେଉଁ ଦୁଇ ଜଣ ଫେରିଛନ୍ତି ସେମାନଙ୍କ କଣ୍ଟାକ୍ଟ ଟ୍ରେସିଂରୁ ସମସ୍ତେ ନେଗେଟିଭ ବାହାରିଛନ୍ତି। ସେହିଭଳି ୟୁଏଇ ଫେରନ୍ତାଙ୍କ କଣ୍ଟାକ୍ଟ ଟ୍ରେସିଂ କରି RT-PCR ଟେଷ୍ଟ ପାଇଁ ଯାଇଛି।

Advertisment

ପୂର୍ବରୁ ଯେଉଁ ୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ, ସେମାନେ ସମସ୍ତେ ବିଦେଶରୁ ଆସିଥିଲେ। ସେମାନଙ୍କ ମଧ୍ୟରେ ଦୁଇ ଜଣ ନାବାଳିକା ଭଉଣୀ ଅଛନ୍ତି। ସେମାନେ ଚଳିତ ମାସରେ ତାଙ୍କ ବାପାମା’ଙ୍କ ସହିତ ନାଇଜେରିଆରୁ ଫେରିଥିଲେ। ତେବେ ସେମାନଙ୍କ ବାପାମା’ଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା।

ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୧୭ ଜଣ ଅଛନ୍ତି। ସେହିପରି ଏହି ୧୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୫୬ ଜଣ କେବଳ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୮୮୧କୁ ବୃଦ୍ଧି ପାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦,୪୩,୭୮୨ ସୁସ୍ଥ ହୋଇସାରିଲେଣି। ୧୫୯୪ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪୨୨କୁ ବୃଦ୍ଧି ପାଇଛି। 

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe