Advertisment

ଓଡ଼ିଶା Budget: ପ୍ରତିଷ୍ଠା ହେବ ୪ ନୂଆ ବିଶ୍ୱବିଦ୍ୟାଳୟ, ପିପିଲିରେ ନିର୍ମାଣ ହେବ ଚାନ୍ଦୁଆ ବଜାର, କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା

ମୁଖ୍ୟମନ୍ତ୍ରୀଙ୍କର ଏହି ୪ଟି ନୂଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଘୋଷଣାକୁ ସ୍ବାଗତ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ସେ କହିଛନ୍ତି, ଓଡ଼ିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ପ୍ରତିଶ୍ରୁତିବଦ୍ଧ ଭାରତୀୟ ଜନତା ପାର୍ଟିର ଡବଲ ଇଞ୍ଜିନ୍ ସରକାର।

cm
Advertisment

ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୪ଟି ନୂଆ ବିଶ୍ୱବିଦ୍ୟାଳୟ। କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ଝାରସୁଗୁଡ଼ାରେ ପ୍ରତିଷ୍ଠା ହେବ ଏହି ସବୁ ବିଶ୍ୱବିଦ୍ୟାଳୟ। NEP-୨୦୨୦ ଅନୁଯାୟୀ ଏଠାରେ ସ୍ନାତକୋତ୍ତର ଶିକ୍ଷାଦାନ ଦିଆଯିବ। ଆଜି ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିବା ବେଳେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। 

Advertisment

ମୁଖ୍ୟମନ୍ତ୍ରୀଙ୍କର ଏହି ୪ଟି ନୂଆ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଘୋଷଣାକୁ ସ୍ବାଗତ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା। ସେ କହିଛନ୍ତି, ଓଡ଼ିଶାର ଉଚ୍ଚଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ପ୍ରତିଶ୍ରୁତିବଦ୍ଧ ଭାରତୀୟ ଜନତା ପାର୍ଟିର ଡବଲ ଇଞ୍ଜିନ୍ ସରକାର। କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ଝାରସୁଗୁଡ଼ାରେ ନୂଆ ବିଶ୍ବବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଘୋଷଣା ହେବା ଅତ୍ୟନ୍ତ ଆନନ୍ଦର ବିଷୟ। ଜାତୀୟ ଶିକ୍ଷା ନୀତି-୨୦୨୦ ଅନୁଯାୟୀ ଶିକ୍ଷାର୍ଥୀଙ୍କୁ ଗୁଣାତ୍ମକ ଶିକ୍ଷା ମିଳିବ। ଏହା ଦ୍ୱାରା ଅନେକ ଛାତ୍ରଛାତ୍ରୀ ଉପକୃତ ହେବେ। 

ସେହିଭଳି ପିପିଲିରେ ଚାନ୍ଦୁଆ ବଜାର ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ପିପିଲି ଟୋଲ୍ ପ୍ଲାଜା ନିକଟରେ ନିର୍ମାଣ ହେବ। ପୁରୁଣା ହସ୍ତଶିଳ୍ପକୁ ବିକଶିତ କରିବ ପିପିଲି ଚାନ୍ଦୁଆ ବଜାର। ସେହିପରି ପୁରୀରେ ନିର୍ମାଣ ହେବ ସାମୁଦ୍ରିକ ଆକ୍ବାରିୟମ।
ବଜେଟ୍ ଉପସ୍ଥାପନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା କରିଛନ୍ତି। ଆର୍ଥିକ ଦୁର୍ବଳ ଝିଅଙ୍କୁ ସ୍ନାତକ କରିବା ପାଇଁ ଏହି ଯୋଜନା କାର୍ଯ୍ୟ କରିବ। ଗରିବ ଝିଅଙ୍କ ନାଁରେ ୨୦ ହଜାର ଟଙ୍କାର ସଞ୍ଚୟ ଉପକରଣ ସୃଷ୍ଟି ହେବ। ସ୍ନାତକ ସମାପ୍ତ ପରେ ୧ ଲକ୍ଷ ୧ ଟଙ୍କା ପ୍ରଦାନ କରାଯିବ।

Advertisment

ରାଜ୍ୟରେ ଆଉ ୨ଟି ସରକାରୀ ଇଞ୍ଜିନିୟରିଂ କଲେଜ ଖୋଲାଯିବ ବୋଲି ଘୋଷଣା କରିଛନ୍ତି। ତା’ସହିତ ୫ଟି ନୂଆ ମେଡିକାଲ କଲେଜ ଖୋଲିବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ମୋଟ ୩ ଲକ୍ଷ ୧୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ କରିଛନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe