ଭଦ୍ରକ (ତପନ ସ୍ୱାଇଁ): ରୋଷେଇ କରୁଥିବା ବେଳେ ଗ୍ୟାସରେ ପୋଡ଼ି ହୋଇ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏପରି ଘଟଣା ଭଦ୍ରକରେ ଘଟିଛି। ଗୁରୁତର ଆହତଙ୍କ ମଧ୍ୟରେ ଜଣେ ମହିଳା ଓ ୨ ଜଣ ଶିଶୁ ଅଛନ୍ତି। ସେମାନଙ୍କୁ କଟକ ବଡ଼ ମେଡିକାଲ୍କୁ ସ୍ଥାନାନ୍ତର କରାଯାଇଛି।
ଗତକାଲି ବିଳମ୍ୱିତ ରାତିରେ ପୁରୁଣା ବଜାର ଥାନା ଅଞ୍ଚଳରେ ଘର ଭିତରେ ରେହା ଖାତୁନ ରୋଷେଇ କରୁଥିଲେ। ପାଖରେ ତାଙ୍କର ୬ ବର୍ଷର ଫରିଦା ଖାତୁନ ଓ ସମ୍ପର୍କୀୟ ମିର୍ଜା କାଦିର ଥିଲେ। ଅସାବଧାନତା ଯୋଗୁ ଟାଙ୍କିରୁ ଗ୍ୟାସ୍ ନିର୍ଗତ ହୋଇଥିଲା। ପରେ ସେଥିରେ ନିଆଁ ଲଗିଯିବାରୁ ରେହା, ତାଙ୍କ ଝିଅ ଫରିଦା ଓ ମିର୍ଜା ପୋଡ଼ି ହୋଇଯାଇଥିଲେ। ନିଆଁ ଜଳୁଥିବା ଦେଖି ରେହାଙ୍କ ଦିଅର ସେକ୍ ଅବ୍ଦ୍ଦୁଲ୍ ସେମାନଙ୍କୁ ଉଦ୍ଧାର କରିବାକୁ ଯାଇ ପୋଡ଼ି ହୋଇଯାଇଥିଲେ। ପରିବାର ଲୋକେ ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ କଟକ ବଡ଼ ମେଡିକାଲ୍କୁ ସ୍ଥାନାନ୍ତରିତ କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଧର୍ମଶାଳା ବିଧାୟକଙ୍କୁ ଆକ୍ରମଣ ମାମଲା; କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି
୨୦ ତାରିଖ ସନ୍ଧ୍ୟାରେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଯାଜପୁର ସଦର ଥାନା ବୁଢ଼ାପୋଲ ନିକଟରେ ଆକ୍ରମଣ ହୋଇଥିଲା। ପୂରା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ତଦନ୍ତ ପାଇଁ ଜଣେ DSPଙ୍କ ନେତୃତ୍ୱରେ ୬ ଜଣିଆ ଟିମ୍ ଗଠନ କରାଯାଇଛି।
Miscellaneous
ସରିଲା ଐତିହାସିକ କଟକ ବାଲିଯାତ୍ରା, ୯ ଦିନରେ ୨୫୦ କୋଟି ଟଙ୍କା ବେପାର
ଐତିହାସିକ କଟକ ବାଲିଯାତ୍ରା ସରିବା ପରେ ୯ ଦିନର କୋଳାହଳ ଏବେ ଶାନ୍ତ ପଡ଼ିଛି। ୯ ଦିନରେ ୨୫୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର କାରବାର ହୋଇଥିବାବେଳେ ସେଥିରୁ କେବଳ ଓରମାସ ୪୦ କୋଟି ଟଙ୍କାର ବ୍ୟବସାୟ କରିଥିବା ଜଣାପଡ଼ିଛି।
Crime
ବାଂଲାଦେଶୀ ଦେହଜୀବୀଙ୍କ କବ୍ଜାରେ ଟ୍ୱିନ୍ ସିଟି!
କଟକରୁ ଉଦ୍ଧାର ବାଂଲାଦେଶୀ ନାବାଳିକାଙ୍କ ବୟାନ ପରେ ପୁଣି ସତେଜ ହୋଇଛି ବାଂଲାଦେଶୀ ସେକ୍ସ ରାକେଟ୍ ପ୍ରସଙ୍ଗ। କଟକ ଆଉ ଭୁବନେଶ୍ୱରରେ ଆଡ୍ଡା ଜମାଇଲେଣି ବାଂଲାଦେଶୀ ଦେହଜୀବୀ।
Miscellaneous
ରତ୍ନଭଣ୍ଡାରରେ ନାହିଁ ଗୁପ୍ତ କୋଠରୀ କି ସୁଡ଼ଙ୍ଗ, ମରାମତି ବାଟ ଫିଟିଲା
ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ଗୁପ୍ତ କୋଠରୀ କି ରହସ୍ୟପୂର୍ଣ୍ଣ ସୁଡ଼ଙ୍ଗ। ଜିପିଆରଏସ୍ ସର୍ଭେ ରିପୋର୍ଟରୁ ହେଲା ସ୍ପଷ୍ଟ। ଦିନେ ଦୁଇ ଦିନରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
Politics
ରାସ୍ତା ମରାମତି କାମକୁ ନେଇ ତାତିଲେ ନଗର ଉନ୍ନୟନ ମନ୍ତ୍ରୀ
ମୟୂରଭଞ୍ଜ ଜିଲ୍ଲା ଏନଏଚ୍-୪୯ ବାଙ୍ଗିରିପୋଷି ଘାଟିରେ ରାସ୍ତା ମରାମତି କାର୍ଯ୍ୟର ଅଗ୍ରଗତି ହେଉନାହିଁ। PDଙ୍କୁ ଗିରଫ କରି ଜେଲ୍ ପଠାଇବାକୁ କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।