ଭଦ୍ରକ(ପାର୍ଥ ସାରଥୀ ନାୟକ): କରୋନା ପାଇଁ ସାରା ଦେଶରେ ୨୧ ଦିନ ପାଇଁ ଲକ୍ଡାଉନ୍ ହୋଇଛି। ଆଉ ଏହି ଲକ୍ ଡାଉନ୍କୁ ନେଇ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ପୁଲିସ୍ କର୍ମଚାରୀମାନେ ନିଜ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି। ଫଳରେ ସେମାନେ ତାଙ୍କ ପରିବାରକୁ ସମୟ ଦେଇ ପାରୁ ନାହାନ୍ତି। ଏଥିସହ ଅତ୍ୟାବଶ୍ୟକ ସମଗ୍ରୀ ଆଣିପାରୁ ନାହାନ୍ତି।
ଏହି ସମୟରେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ୍ର ପ୍ରାଣୀଧାନ ନିରୀକ୍ଷକ ପ୍ରିୟବ୍ରତ ରାଉତ ଓ ତାଙ୍କର ଜଣେ ଗୋପାଳକ ସାଥୀ ଅକ୍ଷୟ କୁମାର ବାରିକ ସହାୟତାର ହାତ ବଢ଼ାଇଛନ୍ତି।
ସେମାନେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ବନ୍ତ ଥାନା ଓ ଅଗରପଡ଼ା ଥାନାରେ କାର୍ଯ୍ୟରତ ପୁଲିସ୍ କର୍ମଚାରୀଙ୍କ ଘରେ ପହଞ୍ଚି ପ୍ରତି ପରିବାରକୁ ୨ ଲିଟର ଲେଖାଏ ଦୁଗ୍ଧ ଆଜି ମାଗଣାରେ ଦେଇଛନ୍ତି। ପ୍ରାଣୀଧାନ ନିରୀକ୍ଷକଙ୍କ ଏହି ମହତ କାମକୁ ସମସ୍ତ ପୁଲିସ କର୍ମଚାରୀ ସାଧୁବାଦ ଜଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।
Health
କାର୍ଡିଆକ୍ ଆରେଷ୍ଟ ଓ ହାର୍ଟ ଆଟାକ୍ ସମାନ, ନା ଭିନ୍ନ ଭିନ୍ନ?
ହୃଦଘାତ ଓ କାର୍ଡିଆକ୍ ଆରେଷ୍ଟକୁ ନେଇ ଅନେକ ସମୟରେ ଦ୍ୱନ୍ଦ୍ୱ ଉପୁଜେ। ଏହା ଗୋଟିଏ ପ୍ରକାର ରୋଗ, ନା ଭିନ୍ନ, ଜାଣନ୍ତୁ...