୨୪ ଘଣ୍ଟାରେ ଲଘୁଚାପ, ପ୍ରବଳ ବର୍ଷିବ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସମୁଦ୍ର ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନର ରୂପ ନେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହ ୧୦ତାରିଖଠାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ […]

rain

Ranjit Kumar Jena
  • Published: Thursday, 08 October 2020
  • , Updated: 08 October 2020, 08:33 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି। ଦକ୍ଷିଣ ଆଣ୍ଡାମାନ ସମୁଦ୍ର ତଥା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଡିପ୍ରେସନର ରୂପ ନେବା ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ବର୍ଷା ସହ ୧୦ତାରିଖଠାରୁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଯେଉଁମାନେ ସମୁଦ୍ର ମଧ୍ୟକୁ ଯାଇଥିବେ, ସେମାନଙ୍କୁ ଫେରିଆସିବା ପାଇଁ ମଧ୍ୟ ସତର୍କ କରାଯାଇଛି। ଏପଟେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସ୍ଥିତି ଉପରେ ନଜର ରଖିବାକୁ ସ୍ବତନ୍ତ୍ର ରିଲିଫ କମିଶନଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ ଆଜି ରାଜଧାନୀ ଭୁବନେଶ୍ୱରରେ ଦେଖିବାକୁ ମିଳିଛି ଘନ କୁହୁଡ଼ି। ବିଳମ୍ବିତ ରାତିରୁ ଭୋର ପର୍ଯ୍ୟନ୍ତ ଘନ କୁହୁଡ଼ି ଦେଖିବାକୁ ମିଳିଥିଲା। କୁହୁଡ଼ି ଚାଦରରେ ଆଚ୍ଛାଦିତ ହୋଇଯାଇଥିଲା ପୂରା ରାଜଧାନୀ। କିଛି ସ୍ଥାନରେ ମୁହଁକୁ ମୁହଁ ବି ଦିଶୁ ନଥିଲା। ଘନ କୁହୁଡ଼ି ଯୋଗୁଁ ଯାତାୟାତ କିଛିମାତ୍ରାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଥିଲା।

Related story