ଆଜିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।
ଆସନ୍ତା କିଛି ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତକାଲିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।